Posted inଖେଳ

କେନିନ- ମୁଗୁରୁଜା ଟାଇଟଲ ମୁକାବିଲା

ମେଲବୋର୍ନ, ୧।୨(ଏଏଫ୍‌ପି)- ଶନିବାର ଅଷ୍ଟ୍ରେଲିଆନ ଓପନ ମହିଳା ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଟାଇଟଲ ପାଇଁ ଏହି ନିର୍ଣ୍ଣାୟକ ମୁକାବିଲାରେ ୧୪ତମ ସିଡ ଆମେରିକାର ସୋଫିଆ କେନିନ୍‌ ଓ ସ୍ପେନ୍‌ର ୩୨ତମ ସିଡ୍‌ ଖେଳାଳି ଗାର୍ବାଇନ୍‌ ମୁଗୁରୁଜା ପରସ୍ପରକୁ ଭେଟିବେ। କେନିନ ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ୭-୬, ୭-୬ ସେଟ୍‌ରେ ବିଶ୍ୱର ୧ ନମ୍ବର ମହିଳା ଖେଳାଳି ଅଷ୍ଟ୍ରେଲିଆର ଆଲେକ୍ସ ବାର୍ଟିଙ୍କୁ ହରାଇ ଫାଇନାଲରେ ପ୍ରବେଶ କରିଥିଲେ। ସେହିପରି ପୂର୍ବରୁ ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ମୁଗୁରୁଜା ୭-୬, ୭-୫ ସେଟ୍‌ରେ ଚତୁର୍ଥ ସିଡ ରୋମାନିଆର ସାଇମୋନା ହାଲେପ୍‌ଙ୍କୁ ହରାଇ ଫାଇନାଲରେ ପ୍ରବେଶ କରିଥିଲେ।
୨୧ ବର୍ଷିୟା କେନିନ୍‌ ତାରକା ଖେଳାଳିମାନଙ୍କୁ ହରାଇ ବିପର୍ଯ୍ୟୟ ଘଟାଇବା ସହ ଫାଇନାଲରେ ପ୍ରବେଶ କରି ସମସ୍ତଙ୍କୁ ଚକିତ କରିଛନ୍ତି। ଶ୍ରେଷ୍ଠ ୧୦ ସିଡେଡ ଖେଳାଳିଙ୍କ ମଧ୍ୟରୁ ୬ ଜଣ ପରାସ୍ତ ହୋଇ ତୃତୀୟ ରାଉଣ୍ଡରେ ହିଁ ବିଦାୟ ନେଇଥିଲେ। ମସ୍କୋ ଜନ୍ମିତ କେନିନ୍‌ ଗୁରୁବାର କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ ସେମିଫାଇନାଲ ଖେଳିଥିଲେ। ଫାଇନାଲରେ ପରାସ୍ତ ହେଲେ ମଧ୍ୟ କେନିନ ର଼୍ୟାଙ୍କିଙ୍ଗ୍‌ରେ କ୍ୟାରିୟର ଶ୍ରେଷ୍ଠ ନବମ ସ୍ଥାନ ଅଧିକାର କରିବେ। ଏବେ ସେ ୧୫ତମ ସ୍ଥାନରେ ରହିଛନ୍ତି। ଫାଇନାଲରେ ମୁଗୁରୁଜାଙ୍କୁ ହରାଇଲେ ସେ ଟାଇଟଲ ହାସଲ କରି ସପ୍ତମ ସ୍ଥାନ ଅଧିକାର କରିବେ। ୧୨ ମାସ ତଳେ କେନିନ ହୋବାର୍ଟରେ ତାଙ୍କର ପ୍ରଥମ ଡବ୍ଲ୍ୟୁଟିଏ ଟାଇଟଲ ହାସଲ କରିଥିଲେ।
ଅନ୍ୟପଟେ ମୁଗୁରୁଜା ଫାଇନାଲରେ ଫେଭରାଇଟ ବିବେଚିତ ହେଉଛନ୍ତି। ଅଭିଜ୍ଞତା ଦୃଷ୍ଟିକୋଣରୁ ସେ କେନିନ୍‌ଙ୍କଠାରୁ ଦୁଇପାଦ ଆଗରେ ରହିବେ। ମୁଗୁରୁଜା ପୂର୍ବରୁ ୨୦୧୬ରେ ଫ୍ରେଞ୍ଚ୍‌ ଓପନ ଓ ୨୦୧୭ରେ ଓ୍ବିମ୍ବେଲଡନ ଟାଇଟଲ ହାସଲ କରିଛନ୍ତି। ତେବେ ସେ ପ୍ରଥମଥର ପାଇଁ ଅଷ୍ଟ୍ରେଲିଆନ୍‌ ଓପନ ଫାଇନାଲ ଖେଳିବାକୁ ଯାଉଛନ୍ତି। ଫାଇନାଲରେ ପହଞ୍ଚିବା ପୂର୍ବରୁ ମୁଗୁରୁଜା ଟପ୍‌ ୧୦ ସିଡେଡ ଖେଳାଳିଙ୍କ ମଧ୍ୟରୁ ୩ଜଣକୁ ପରାସ୍ତ କରିଛନ୍ତି। ତେବେ ଫାଇନାଲ ମ୍ୟାଚ୍‌ରେ ସେତେଟା ସହଜ ହେବନାହିଁ ଓ ଚ୍ୟାଲେଞ୍ଜ୍‌ର ସମ୍ମୁଖୀନ ହେବାକୁ ପଡିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri