କେନ୍ଦୁଝର ଜିଲାରେ ଆଉ ୧୧ କରୋନା ପଜିଟିଭ୍‌ ଚିହ୍ନଟ

କେନ୍ଦୁଝର,୧୪।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ରବିବାର ଆଉ ୧୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦ରେ ପହଁଚିଛି। ଚିହ୍ନଟ ୧୧ ଆକ୍ରାନ୍ତ ସଙ୍ଗରୋଧ ଗୃହରେ ଥିଲେ। ସେଥିମଧ୍ୟରୁ ହରିଚନ୍ଦନପୁର ବ୍ଲକ ଅଞ୍ଚଳରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ସଦର, ତେଲକୋଇ ଓ ଆନନ୍ଦପୁର ବ୍ଲକ ଅଞ୍ଚଳରୁ ଅଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ଗୁଜୁରାଟ, ଜଣେ ଉତ୍ତରପ୍ରଦେଶ ଓ ଅନ୍ୟ ଜଣେ ଦିଲ୍ଲୀ ଫେରନ୍ତା ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ତେବେ ସଙ୍ଗରୋଧ କେନ୍ଦ୍ର ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ସହ ଯାତାୟାତ ରାସ୍ତାକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ପଜିଟିଭ୍‌ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତଙ୍କୁ କେନ୍ଦୁଝରସ୍ଥିତ କୋଭିଡ-୧୯ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଲାଗି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ସମୁଦାୟ ୭୦ କରୋନା ପଜିଟିଭ୍‌ରୁ ଅଦ୍ୟାବଧି ୨୫ ଜଣ ସୁସ୍ଥ ହୋଇଥିବା ବେଳେ ଅନ୍ୟ ୪୫ ଜଣ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ବଢୁଛି ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ଖଡ଼ିଆଳ,୨ା୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ତିଖାଲି ଡ୍ୟାମଠାରୁ ପ୍ରାୟ ୩ କି.ମି. ଦୂରରେ ଥିବା ଚାଷଜମିକୁ ପାଣି ଦିଆଯାଉ ନ ଥିବାରୁ ସାନମହେଶ୍ୱର ଗ୍ରାମବାସୀ...

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର

ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ...

ତେଲକୋଇ ଆସନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ଫକୀର ନାଏକ

କେନ୍ଦୁଝର,୨।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ଗୋଟିଏ...

ଟିକେଟ୍‌ ରେସ୍‌ରେ ବାଜିମାରିଲେ ସୁକାନ୍ତ

ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ...

ପ୍ରାର୍ଥିପତ୍ର ଦାଖଲ କଲେ ପରିଣୀତା ମିଶ୍ର

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ପରିଣୀତା ମିଶ୍ର ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି । ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri