କେନ୍ଦୁଝର ଜିଲାରେ ୪ କରୋନା ପଜିଟିଭ ଚିହ୍ନଟ: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା

ବଡବିଲ,୧୭।୫(ସ୍ବ.ପ୍ର)-କେନ୍ଦୁଝର ଜିଲାରେ ରବିବାର ଆଉ ୪ କାରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଚିହ୍ନଟ ୪ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ବଡ଼ବିଲ ପୌରାଞ୍ଚଳ ୮ ନମ୍ବର ୱାର୍ଡର ୨୬ ବର୍ଷୀୟ ଯୁବକ ବୋଲି ସୂଚନା ମିଳିଛି।
ଚିହ୍ନଟ ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କଟକ ସ୍ଥିତ ଅଶ୍ବିନୀ କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି । ତେବେ ବଡବିଲରେ ପ୍ରଥମ କରି କରୋନା ପଜିଟିଭ ଚିହ୍ନଟ ହୋଇଛି।
ଗତ ୧୪ ତାରିଖରେ ଏହି ୩ ଜଣଙ୍କ ସମେତ ମୋଟ ୪୦ ଜଣଙ୍କ ସ୍ବାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ଶନିବାର ସ୍ବାବ ପରୀକ୍ଷା ରିପୋର୍ଟ ଆସିଥିଲା । ସେଥିରେ ଜଣଙ୍କର ପଜିଟିଭ ରିପୋର୍ଟ ଆସିଥିବା ଜଣାପଡିଥିଲା । ଗତ ୯ ତାରିଖରେ ସମ୍ପୃକ୍ତ କରୋନା ଆକ୍ରାନ୍ତ ଅନ୍ୟ ୨ ଜଣଙ୍କ ସହ କୋଲକାତାରୁ ଏକ କାର ଭଡ଼ା କରି ବଡ଼ବିଲରେ ପହଞ୍ଚିଥିଲେ। ସୂଚନାପାଇ ସ୍ଥାନୀୟ ପ୍ରଶାସନ ସେମାନଙ୍କୁ ୧୩ ନମ୍ବର ୱାର୍ଡ, ମାଟକାମବେଡ଼ା ସରକାରୀ ଉଚ୍ଚବିଦ୍ୟାଳୟ ପରିସରରେ ଥିବା କ୍ବାରାଣ୍ଟାଇନ ସେଣ୍ଟରରେ ରଖିଥିଲେ। କାରୋନା ଆକ୍ରାନ୍ତ ଚିହ୍ନଟ ପରେ ସ୍ଥାନୀୟ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ଥିତି ଅନୁଧ୍ୟାନ କରାଯାଇଛି। ସେହିପରି ଆକ୍ରାନ୍ତ ଯୁବକଙ୍କ ସହ ଆସିଥିବା ଅନ୍ୟ ୨ ଜଣଙ୍କ ସ୍ବାବ ପୁଣି ପରୀକ୍ଷା ପାଇଁ ପଠାଯିବ ବୋଲି ସୂଚନା ମିଳିଛି। ପ୍ରଶାସନ ପକ୍ଷରୁ ମାଟକାମବେଡ଼ା ସରକାରୀ ଉଚ୍ଚବିଦ୍ୟାଳୟ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଦିବ୍ୟାଙ୍ଗ ସାର୍ଟିଫିକେଟ୍ ନାଁରେ ଚାଲିଛି ମୋଟା ଅଙ୍କର ଠକେଇ! ଶିବିରରେ ଉତ୍ତେଜନା

ହାଟଡ଼ିହୀ/ଛେନାପଦୀ,୧୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ଶିବିରରେ ଦଲାଲଙ୍କ ପ୍ରାଦୁର୍ଭାବ ଦେଖାଯାଇଥିଲା। ଅଧିକ ପ୍ରତିଶତର…

ହାଟଡିହୀରେ ବିରୋଧୀଙ୍କୁ ଶକ୍ତ ଝଟକା: ଭାଜପାରେ ମିଶିଲେ…

ହାଟଡିହୀ,୧୩।୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ମରୈଗାଁ ପଞ୍ଚାୟତ ବେତିରା ଗ୍ରାମର ୬୦ରୁ ଉର୍ଦ୍ଧ ଅନ୍ୟ ଦଳର କର୍ମୀ ଦଳ ଛାଡି…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?