କେନ୍ଦୁଝର ପୌରାଞ୍ଚଳରେ କରୋନା କଟକଣାକୁ ଫୁ’: ହିତାଧିକାରୀଙ୍କୁ ସହାୟତା ରାଶି ବଣ୍ଟନ ବେଳେ ରହୁନି ସାମାଜିକ ଦୂରତ୍ୱ

କେନ୍ଦୁଝର, ୧୧।୪(ସ୍ବ.ପ୍ର.): କରୋନା ସହାୟତା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ରାସନ କାର୍ଡଧାରୀଙ୍କୁ ଏକ ହଜାର ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରାଯାଇଛି। ଏ ନେଇ କେନ୍ଦୁଝର ପୌରାଞ୍ଚଳର ବିଭିନ୍ନ ୱାର୍ଡରେ ସହାୟତା ରାଶି ବଣ୍ଟନ ଚାଲିଛି। ତେବେ ଏହି ସମୟରେ କଟକଣା ଅଭାବରୁ ଲୋକଙ୍କ ପ୍ରବଳ ଭିଡ଼ ଜମୁଥିବା ଦେଖିବାକୁ ମିଳୁଛି। ଏହି ରାଶି ପ୍ରଦାନ ସମୟରେ ଶନିବାର କେନ୍ଦୁଝର ଜିଲା ମୋଚିବନ୍ଧ ସ୍କୁଲରେ ପ୍ରବଳ ଭିଡ଼ ଜମିଥିଲା। ଗୋଟିଏ ସ୍ଥାନରେ ଏକାଧିକ ୱାର୍ଡର ହିତାଧିକାରୀଙ୍କ ସହାୟତା ରାଶି ଏକ ସମୟରେ ବଣ୍ଟନ କରାଯାଉଥିବା ଓ ଦୂରତ୍ୱ ରକ୍ଷା ପାଇଁ ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଏଭଳି ଭିଡ଼ ଜମୁଥିବା ଅଭିଯୋଗ ହେଉଛି। ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବଣ୍ଟନ ବନ୍ଦ କରିବା ସହ ଘରେ ଘରେ ସହାୟତା ରାଶି ପ୍ରଦାନ ପାଇଁ କହିବାରୁ ହିତାଧିକାରୀ ଫେରିଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?