କେନ୍ଦୁଝରରେ ଝଡପବନ ସହ କୁଆପଥର ବର୍ଷା, ଲୋକେ ଆଶ୍ୱସ୍ତ

କେନ୍ଦୁଝର, ୨୮ା୫ (ସ୍ବ.ପ୍ର./ଡି.ଏନ.ଏ.)-ଗତ କିଛି ଦିନ ହେଲା କେନ୍ଦୁଝରର ପାରଦ ଆକାଶଛୁଆଁ ହେଉଥିବାରୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡିଛି। ଏଭଳି ସମୟରେ ମଙ୍ଗଳବାର ଅପରାହ୍ନରେ ହଠାତ କୁଆପଥର ବର୍ଷା କେନ୍ଦୁଝର ବାସୀଙ୍କୁ କିଛିଟା ଆଶ୍ୱସ୍ତି କରିଛି। ଦିନବେଳା ତାପମାତ୍ରା ୪୦.୦ ଡିଗ୍ରୀ ସେଲସିୟସ ରହିଥିଲା। ଅପରାହ୍ନରେ କାଳବୈଶାଖୀ ପବନରେ ପୁରୁଣାବଜାର ଶିବନାରାୟଣପୁରସାହି ଆହ୍ଲାଦିନ ଦାଶଙ୍କ ଘର ଉପରେ ଗଛ ଉପୁଡି ପଡିବାରୁ ପାଖରେ ଥିବା ବିଦ୍ୟୁତ ଖୁଣ୍ଟି ଭାଙ୍ଗି ଯିବା ସହ ତାର ଛିଣ୍ଡି ଯାଇଥିଲା। ଫଳରେ ବିଦ୍ୟୁତ ସେବା ବ୍ୟାହତ ହୋଇଥିଲା। ସେହିପରି ପୁରୁଣାବଜାର ସମେତ ବିଭିନ୍ନ ଅଞ୍ଚଳରେ କୂଆପଥର ମାଡ ହୋଇଥିବା ଜଣାପଡିଛି। ବର୍ଷା ଯୋଗୁଁ ପରିବେଶ ଟିକେ ଥଣ୍ଡା ପଡିଯାଇଥିବା ବେଳେ ଲୋକ, ଗଛଲତା ତଥା ପଶୁପକ୍ଷୀ ଗରମରୁ ସାମାନ୍ୟ ରକ୍ଷା ପାଇଯାଇଛନ୍ତି। ଚଳିତବର୍ଷ ଏଭଳି ଗରମ ସହିତ ଗୁଳୁଗୁଳି ଆଗରୁ କେବେ ଦେଖିବାକୁ ମିଳି ନ ଥିଲା। ଗରମ ସହିତ ବିଦ୍ୟୁତ କାଟ ପରିସ୍ଥିତିକୁ ଅଧିକ ଜଟିଳ କରିଦେଉଛି ା ଲୋକ ମାନେ କାମ ନ ଥିଲେ ଘରୁ ବାହାରୁ ନାହାନ୍ତି। କେବଳ ଦିନ ମଜୁରୀଆ, ଛୋଟ ଛୋଟ ବେପାରିମାନେ ପେଟପାଟଣା ପାଇଁ କାମ କରିବାକୁ ବାଧ୍ୟ ହେଉଛନ୍ତି। ସକାଳ ୯ ଟା ୧୦ ପରେ ସବୁଆଡେ ଖାଁ ଖାଁ ହୋଇଯାଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri