କେନ୍ଦୁଝରରେ ଡବଲ ମର୍ଡର: ଅନ୍ଧବିଶ୍ୱାସରୁ ହତ୍ୟାକାଣ୍ଡ

କେନ୍ଦୁଝର,୨୦।୮(ସ୍ବ.ପ୍ର.): ଅନ୍ଧବିଶ୍ୱାସରୁ ହତ୍ୟାକାଣ୍ଡ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲାରେ। ଗୁଣିଗାରେଡ଼ି କରୁଥିବା ସନ୍ଦେହରେ କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ନୟାଗଡ଼ ମୁଣ୍ଡା ସାହିରେ ଡବଲ ମର୍ଡର ହୋଇଛି। ସଂଘବଦ୍ଧ ଭାବେ ଏହି ହତ୍ୟା କରାଯାଇଛି, ଯାହାକୁ ନେଇ ଏବେ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟିହୋଇଛି। ମୃତକ ଦ୍ୱୟହେଲେ ସୁବାସ ମୁଣ୍ଡା( ୭୫, ମହିଳା) ଓ ଚୈତନ୍ୟ ମୁଣ୍ଡା( ୪୦)।
ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି। ଏହି ଘଟଣାରେ ୫ ଜଣଙ୍କ ସମ୍ପୃକ୍ତି ଥିବା ବେଳେ ୩ ଜଣଙ୍କୁ ପୋଲିସ ଧରିବାରେ ସକ୍ଷମ ହୋଇଛି। ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ଉଦ୍ୟମ ଜାରିରଖିଛି। ବୃଦ୍ଧା ସୁବାସଙ୍କୁ ତଣ୍ଟିଚିପି ହତ୍ୟା କରାଯାଇଥିବା ବେଳେ ଚୈତନ୍ୟଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ମୃତକ ଦ୍ୱୟ ଗୁଣିଗାରେଡ଼ି କରୁଥିବା କାରଣରୁ ସେମାନଙ୍କୁ ହତ୍ୟା କରାଯାଇଥିବା ଅଭିଯୁକ୍ତମାନେ ପୋଲିସ ଆଗରେ ସ୍ବୀକାର କରିଥିବା ଜଣାପଡ଼ିଛି। ଡିଆଇବି ଡିିଏସ୍‌ପି ହରିଶ ପାଣ୍ଡେ କହିଛନ୍ତି, ତଦନ୍ତ ପରେ ପୂରା ଘଟଣା ଜଣାପଡିବ। ଅନ୍ୟ ଅଭିଯୁକ୍ତଙ୍କୁ ଧରାଯିବ। ଗୁଣିଗାରେଡି ରୋକିବା ପାଇଁ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହେଉଥିବା ବେଳେ କଡା ଆଇନ ବ୍ୟବସ୍ଥା ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?