କେନ୍ଦୁଝରରେ ପେଡ୍‌ କ୍ୱାରାଣ୍ଟାଇନ ବ୍ୟବସ୍ଥା

କେନ୍ଦୁଝର, ୪ା୫(ସ୍ବ.ପ୍ର.)-ମହାମାରୀ କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମାକୁ କଡ଼ାକଡ଼ି ପାଳନ କରିବା ପାଇଁ ଜିଲାପାଳ ଆଶିଷ ଠାକ୍‌ରେ ନିର୍ଦ୍ଦେଶ ଦେଇଛନ୍ତି। ବାହାର ରାଜ୍ୟରୁ ଜିଲାକୁ ଆସୁଥିବା ବ୍ୟକ୍ତିମାନେ ନିଜ ଘରକୁ ଫେରିବା ପୂର୍ବରୁ ପଞ୍ଜୀକରଣ କରିବା ବାଧ୍ୟତାମୂଳକ। ଚେକ୍‌ ପଏଣ୍ଟରେ ଆସୁଥିବା ବ୍ୟକ୍ତିମାନଙ୍କର ପଞ୍ଜିକରଣ ସମ୍ପର୍କରେ ଯାଞ୍ଚ କରାଯିବ ଏବଂ ସେମାନଙ୍କ ହାତରେ ଅଲିଭା କାଳିରେ ଚିହ୍ନ ଦିଆଯିବ। ସେମାନେ ନିଜ ଅଞ୍ଚଳରେ ପହଞ୍ଚିବା ପରେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ହୋଇଥିବା ସଙ୍ଗରୋଧ କେନ୍ଦ୍ରରେ ରହିବେ। ସହରାଞ୍ଚଳ ପାଇଁ ହୋମ୍‌ କ୍ୱାରାଣ୍ଟାଇନ୍‌, ହୋଟେଲ ଓ ଲଜ୍‌ମାନଙ୍କରେ ପେଡ୍‌ କ୍ୱାରାଣ୍ଟାଇନ୍‌ ଏବଂ ଯେଉଁମାନଙ୍କର ସୁବିଧା ନ ଥିବ ସେମାନଙ୍କ ପାଇଁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ ବ୍ୟବସ୍ଥା କରାଯାଇଛି। ବିନା ପଞ୍ଜୀକରଣରେ କୌଣସି ବ୍ୟକ୍ତି ଜିଲାରେ ପ୍ରବେଶ କଲେ କିମ୍ବା ୧୪ଦିନର ବାଧ୍ୟତାମୂଳକ ସଙ୍ଗରୋଧ ନିର୍ଦ୍ଦେଶନାମାକୁ ଅବମାନନା କଲେ ଆଇନ ଅନୁଯାୟୀ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଠାକ୍‌ରେ ସୂଚନା ଦେଇଛନ୍ତି।
ତାଲା ବନ୍ଦ ଯୋଗୁ ରାଜ୍ୟ ବାହାରେ ଫସି ରହିଥିବା ଶ୍ରମଜୀବୀ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରୀଛାତ୍ର ଏବଂ ଅନ୍ୟାନ୍ୟ ବର୍ଗର ବ୍ୟକ୍ତି କେନ୍ଦୁଝର ଜିଲାକୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି। କେନ୍ଦୁଝର ଜିଲାର ପ୍ରବାସୀମାନେ କିପରି ସୁରକ୍ଷିତ ଭାବେ ନିଜ ନିଜ ଗଁାରେ ପହଞ୍ଚିବେ, ସେଥିପାଇଁ କେନ୍ଦୁଝର ଜିଲା ପ୍ରଶାସନ ଦ୍ୱାରା ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯାଇଛି। କେନ୍ଦୁଝର ଜିଲାରେ ରହିଥିବା ବାହାର ରାଜ୍ୟର ଶ୍ରମଜୀବୀ/ବ୍ୟକ୍ତିବିଶେଷ ନିଜ ନିଜ ରାଜ୍ୟକୁ ଯିବା ପାଇଁ ଚାହୁଁଥିଲେ ସେମାନେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଖୋଲାଯାଇଥିବା ସହାୟତା କେନ୍ଦ୍ରରେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ନିର୍ଦ୍ଧାରିତ ଫର୍ମରେ ଆବଶ୍ୟକ କାଗଜପତ୍ର ସହ ଆବେଦନ କରିପାରିବେ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri