କେନ୍ଦ୍ର ଅବହେଳାରୁ ମହେନ୍ଦ୍ରଗିରି ବିକାଶ ବାଧାପ୍ରାପ୍ତ

ବ୍ରହ୍ମପୁର ଅଫିସ,୨୬ା୭- ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଭୁକ୍ତ ଗଜପତି ଜିଲାରେ ଥିବା ପୁରାଣ ପ୍ରସିଦ୍ଧ ଓ ଐତିହାସିକ ସ୍ଥଳି ମହେନ୍ଦ୍ରଗିରି ପର୍ବତର ବିକାଶ ପ୍ରତି କେନ୍ଦ୍ର ସରକାର ଅବହେଳା କରୁଛନ୍ତି। ଭାରତୀୟ ପ୍ରନତ୍ତତ୍ତ୍ବ ବିଭାଗ (ଏଏସ୍‌ଆଇ) ମଧ୍ୟ ଆବଶ୍ୟକ ପଦକ୍ଷେପ ନେଇନାହାନ୍ତି। ଲୋକ ସଭାରେ ଏମ୍‌ପି ଚନ୍ଦ୍ରଶେଖର ସାହୁ ଏଭଳି ଅଭିଯୋଗ କରିବା ସହ ଏହାର ସର୍ବାଙ୍ଗୀନ ଉନ୍ନତି ପାଇଁ ତ୍ୱରିତ ପଦକ୍ଷେପ ନେବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହେନ୍ଦ୍ରଗିରିର ସୁରକ୍ଷା ଓ ସଂରକ୍ଷଣ ପାଇଁ ପ୍ରନତ୍ତତ୍ତ୍ବ ବିଭାଗ ଯୋଜନାବଦ୍ଧ କାର୍ଯ୍ୟକ୍ରମ କରିବାକୁ ମଧ୍ୟ ସେ ଦାବି କରିଛନ୍ତି। ସୂଚନାଯୋଗ୍ୟ, ମୋଦି ସରକାର ଦୁଇବର୍ଷ ତଳେ ସ୍ବଦେଶୀ ଦର୍ଶନ ଯୋଜନା ଆରମ୍ଭ କରିଛନ୍ତି। ରାମାୟଣ ସର୍କିଟ ନାମରେ ପର୍ଯ୍ୟଟନ ପ୍ରକଳ୍ପ କାର୍ଯ୍ୟକାରୀ କରିବା ସହ ସେଥିରେ ଦେଶର ୧୫ ପର୍ଯ୍ୟଟନ ସ୍ଥଳି ମଧ୍ୟରେ ମହେନ୍ଦ୍ରଗିରିକୁ ସ୍ଥାନୀତ କରାଯାଇଛି।
ଏହା ଏକ ପ୍ରଶଂସନୀୟ ଯୋଜନା ହୋଇଥିବାରୁ ମହେନ୍ଦ୍ରଗିରି ପର୍ବତର ଅନେକ ଉନ୍ନତି ଘଟିବାର ଲୋକେ ଆଶା କରିଥିଲେ। ୨ ବର୍ଷ ମଧ୍ୟରେ କୌଣସି ବିକାଶ ହୋଇ ନ ଥିବାରୁ ଏମପି ଉଦ୍‌ବେଗ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଶ୍ରୀଲଙ୍କା ଗସ୍ତ ବେଳେ ରାମାୟଣ ସର୍କିଟ ପ୍ରସଙ୍ଗ ଉଠାଇଥିଲେ ମଧ୍ୟ ପୁରାଣ ପ୍ରସିଦ୍ଧ ମହେନ୍ଦ୍ରଗିରି ଏବେବି ଅବହେଳିତ ହୋଇ ରହିଛି। ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଏହାର ବିକାଶ ଲାଗି ବଜେଟରେ ବ୍ୟୟବରାଦ, ସ୍ବଦେଶୀ ଦର୍ଶନ ଯୋଜନାର ରାମାୟଣ ସର୍କିଟ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ପର୍ଯ୍ୟଟନ ମନ୍ତ୍ରୀ ପଦକ୍ଷେପ ନେବାକୁ ଚନ୍ଦ୍ରଶେଖର ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri