କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅମରଙ୍କ ଚିଠି : ଡିଏମ୍‌ଏଫ୍‌ଟି ଜିଏସ୍‌ଟି ଛାଡ଼ କରାଯାଉ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : ଆଦିବାସୀବହୁଳ ଖଣିଜ ସମ୍ପଦ ଜିଲାଗୁଡିକର ବିକାଶ ପାଇଁ ରାଜ୍ୟ ସରକାର ଡିଷ୍ଟ୍ରିକ୍ଟ ମିନେରାଲ ଫାଉଣ୍ଡେଶନ ଟ୍ରଷ୍ଟ(ଡିଏମ୍‌ଏଫ୍‌ଟି) ଗଠନ କରିଛନ୍ତି। ଏହି ଟ୍ରଷ୍ଟ ଉପରୁ ଆୟକର, ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ଛାଡ କରିବାକୁ ବିଜେଡି ରାଜ୍ୟ ସଭା ଏମ୍‌ପି ଅମର ପଟ୍ଟନାୟକ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଚିଠି ଲେଖିଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଡିଏମ୍‌ଏଫ୍‌ଟି ଏକ ବିନା ଲାଭଦାୟକ ସଂସ୍ଥା। ପ୍ରଧାନମନ୍ତ୍ରୀ ଖଣିଜ କ୍ଷେତ୍ର କଲ୍ୟାଣ ଯୋଜନା ଅନ୍ତର୍ଗତ ଡିଏମ୍‌ଏଫ୍‌ଟି ୨୦୧୫ ଜୁଲାଇ ୧୬ ତାରିଖରେ ଗଠନ କରାଯାଇଥିଲା। ରାଜ୍ୟ ସରକାର ଉକ୍ତ ଯୋଜନା ଅନୁଯାୟୀ ୨୦୧୫ ଅଗଷ୍ଟ ୧୮ ତାରିଖରେ ଡିଷ୍ଟ୍ରିକ୍ଟ ମିନେରାଲ ଫଣ୍ଡ ରୁଲ-୨୦୧୫ ପ୍ରସ୍ତୁତ କରିଥିଲେ। ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ସମ୍ବଲପୁର, ଅନୁଗୋଳ, ରାୟଗଡା ଏବଂ କଳାହାଣ୍ଡି ଜିଲାଗୁଡିକରେ ଏହି ଟ୍ରଷ୍ଟ କାର୍ଯ୍ୟ କରୁଛି। ଏହି ଟ୍ରଷ୍ଟ ଅଧୀନରେ ଡିଷ୍ଟ୍ରିକ୍ଟ ମିନେରାଲ ଫଣ୍ଡ (ଡିଏମ୍‌ଫ) କାର୍ଯ୍ୟକାରୀ ହେଉଛି। ଜିଲାପାଳମାନେ ଏହାର ଦାୟିତ୍ୱରେ ଅଛନ୍ତି। ଆଦିବାସୀ ବହୁଳ ଖଣିଜ ଅଞ୍ଚଳର ବିକାଶ କାର୍ଯ୍ୟ ପାଇଁ ଡିଏମ୍‌ଏଫ୍‌ରୁ ଅର୍ଥ ଖର୍ଚ୍ଚ କରାଯାଉଛି। ଡିଏମଏଫଟି/ଡିଏମଏଫଗୁଡିକରୁ ଜିଏସଟି ଏବଂ ଆୟକର ମୁକ୍ତ କରିବାକୁ ଅର୍ଥ ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦେବା ଲାଗି ପଟ୍ଟନାୟକ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri