କେନ୍ଦ୍ର ଦୂର ଥିଲେ ଶିକ୍ଷକଙ୍କୁ ଯାତ୍ରା, ରହଣି ସୁବିଧା

କଟକ ଅଫିସ,୧୬ା୫: ମାଟ୍ରିକ୍‌ ଖାତା ମୂଲ୍ୟାୟନ ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ଦାଏର ହୋଇଥିବା ଦୁଇଟି ମାମଲାର ଶୁକ୍ରବାର ଶୁଣାଣି ହୋଇଛି। ଯଦି କୌଣସି ଶିକ୍ଷକଙ୍କ ଘର ମୂଲ୍ୟାୟନ କେନ୍ଦ୍ରଠାରୁ ୧୦ କିମିରୁ ଅଧିକ ଦୂରରେ ଥାଏ, ତେବେ ସଂପୃକ୍ତ ଶିକ୍ଷକଙ୍କ ଯାତ୍ରା, ରହଣି ଏବଂ ଖାଦ୍ୟ ବ୍ୟବସ୍ଥା କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍‌ ବିଶ୍ୱନାଥ ରଥ ଏହି ମାମଲାର ଶୁଣାଣି କରିଥିବା ବେଳେ ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଅଶୋକ ମହାନ୍ତି ଓ ଆଇନଜୀବୀ ବୁଦ୍ଧଦେବ ରାଉତରାୟ ଯୁକ୍ତି ଉପସ୍ଥାପନ କରିଥିଲେ।
ଆବେଦନକାରୀ ଯୁକ୍ତି ବାଢ଼ିଥିଲେ ଯେ, କରୋନା ସଂକ୍ରମଣ ବ୍ୟାପୁଥିବା ବେଳେ ଖାତା ମୂଲ୍ୟାୟନ ଯୋଗୁ ଶିକ୍ଷକଙ୍କ ସ୍ବାସ୍ଥ୍ୟ ପ୍ରତି ବିପଦ ରହିଛି। କେତେକ ରାଜ୍ୟରେ ଉତ୍ତର ଖାତାକୁ ଶିକ୍ଷକମାନେ ନିଜ ଘରକୁ ନେବା ପାଇଁ ମଧ୍ୟ ଅନୁମତି ଦିଆଯାଇଛି। ଓଡ଼ିଶାରେ ମଧ୍ୟ ଏହା କାର୍ଯ୍ୟକାରୀ କରିବାକୁ ନିବେଦନ କରାଯାଇଥିଲା। କୋର୍ଟ ଦର୍ଶାଇଥିଲେ ଯେ, ଖାତା ମୂଲ୍ୟାୟାନକୁ ନେଇ ଶିକ୍ଷକଙ୍କ ମନରେ ଅନେକ ଆଶଙ୍କା ରହିଛି। ବିଭାଗ ଯେଉଁସବୁ ବ୍ୟବସ୍ଥା ଗ୍ରହଣ କରିଛି, ତାହା ଲକ୍‌ଡାଉନ୍‌ ନିୟମକୁ ଉଲ୍ଲଂଘନ କରୁଥିବା ଆବେଦନକାରୀ ଅଭିଯୋଗ କରିଛନ୍ତି। ମୂଲ୍ୟାୟନ ଆରମ୍ଭ (ମେ’ ୨୦) ପୂର୍ବରୁ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ହେବ। ଏଣୁ ମୂଲ୍ୟାୟନ କେନ୍ଦ୍ରରେ ଶିକ୍ଷକମାନେ କେମିତି ପହଞ୍ଚିବେ, ସେନେଇ ମଧ୍ୟ ସନ୍ଦେହ ଦେଖାଦେଇଛି। ରାଜ୍ୟ ସରକାର, ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ କୋର୍ଟରେ ଯୁକ୍ତି ରଖାଯାଇଥିଲା ଯେ, ମୂଲ୍ୟାୟନ ପାଇଁ ଯେଉଁ ସବୁ ପଦକ୍ଷେପ ନିଆଯାଇଛି, ତାହା ଲକ୍‌ଡାଉନ୍‌ ନିୟମକୁ ଉଲ୍ଲଂଘନ କରୁନାହିଁ। ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ର ସମସ୍ତ ନିୟମ ପାଳନ କରାଯିବ। ମୂଲ୍ୟାୟନରେ ସାମିଲ୍‌ ହେବାକୁ ଥିବା ଶିକ୍ଷକଙ୍କ ସ୍ବାସ୍ଥ୍ୟକୁ ମଧ୍ୟ ଗୁରୁତ୍ୱ ଦିଆଯାଉଛି। ଲକ୍‌ଡାଉନ ନିୟମକୁ ଉଲ୍ଲଂଘନ ନ କରି ଶିକ୍ଷକମାନେ ଯେଉଁ ସବୁ ଦାବି ରଖିଛନ୍ତି, ସେଗୁଡ଼ିକ ପୂରଣ ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ସଚିବ, ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କୌଣସି ଶିକ୍ଷକଙ୍କୁ ଦୂରଦୂରାନ୍ତର ସ୍ଥାନରେ ଥିବା ମୂଲ୍ୟାୟନ କେନ୍ଦ୍ରରେ ନିୟୋଜିତ ନ କରିବା ଏବଂ ଭିଡ଼ କମାଇବା ଦିଗରେ ପଦକ୍ଷେପ ନେବାକୁ କୋର୍ଟ ଉପରୋକ୍ତ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri