କେନ୍ଦ୍ର ସମତୁଲ ମହଙ୍ଗା ଭତ୍ତା ଦାବି ନେଇ ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୦ା୨ – ବ୍ରହ୍ମପୁରସ୍ଥ ଦକ୍ଷିଣାଞ୍ଚଳ ଆରଡିସି ଅଫିସ ଆଗରେ ବୁଧବାର ଓଡ଼ିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଗଞ୍ଜାମ ଜିଲା ଶାଖା ପକ୍ଷରୁ ବିକ୍ଷୋଭ କରାଯାଇଥିଲା। ଅବସରପ୍ରାପ୍ତ କର୍ମଚାରୀ ଓ ଶିକ୍ଷକଙ୍କୁ କେନ୍ଦ୍ର ସମତୁଲ ମହଙ୍ଗା ଭତ୍ତା ପ୍ରଦାନ ଦାବି ନେଇ ଆନ୍ଦୋଳନ ସୂତ୍ରପାତ ହୋଇଥିଲା। ଦାବି ସମ୍ବଳିତ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆରଡିସିଙ୍କୁ ପ୍ରଦାନ କରାଯାଇଥିଲା। ରାଜ୍ୟ ସମ୍ପାଦକ ଶ୍ୟାମ ସୁନ୍ଦର ଖାଡ଼ଙ୍ଗା, ଜିଲା ସଭାପତି ରଜନୀକାନ୍ତ ମଣ୍ଡଳ, କାର୍ଯ୍ୟକାରୀ ସଭାପତି ପ୍ରଦୀପ କୁମାର ସାହୁ ଓ ସମ୍ପାଦକ ରାଜେନ୍ଦ୍ର କୁମାର ପଣ୍ଡା ନେତୃତ୍ୱ ନେଇଥିବା ବେଳେ ଅନେକ ପେନସନଭୋଗୀ ଏଥିରେ ସାମିଲ ହୋଇଥିଲେ।
ଆନ୍ଦୋଳନ ସ୍ଥଳରେ ମଞ୍ଚ ନେତାଙ୍କ କହିବାନୁସାରେ, କେନ୍ଦ୍ର ସରକାର ଗତବର୍ଷ ଜୁଲାଇରେ ୫% ମହଙ୍ଗା ଭତ୍ତା ବୃଦ୍ଧି ଘୋଷଣା କରିଥିବା ବେଳେ ରାଜ୍ୟ ସରକାର କର୍ମଚାରୀ ଓ ପେନସନ ଭୋଗୀଙ୍କ ପାଇଁ ଗତ ଜାନୁୟାରୀରୁ କାର୍ଯ୍ୟକାରୀ କରିଛନ୍ତି। ଫଳରେ ରାଜ୍ୟର କର୍ମଚାରୀ ଏବଂ ପେନସନ ଭୋଗୀ ୬ ମାସର ବର୍ଦ୍ଧିତ ମହଙ୍ଗା ଭତ୍ତା ପାଇନାହାନ୍ତି। ବକେୟା ପ୍ରାପ୍ୟ ଅବିଳମ୍ବେ ଦେବା ପାଇଁ ଦାବି କରାଯାଇଛି। ଓଡ଼ିଶା ପାଇପ ଜଳ କର୍ମଚାରୀ ସଂଘ ସ୍ଥାନୀୟ ଶାଖା ପକ୍ଷରୁ ମଧ୍ୟ ଅନୁରୂପ ଦାବି କରାଯାଇ ମଞ୍ଚ ଆନ୍ଦୋଳନରେ ସାମିଲ ହୋଇଥିଲା।
କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ଭଳି ରାଜ୍ୟ ସରକାର ପେନସନ ଭୋଗୀଙ୍କୁ ମାସିକ ହଜାରେ ଟଙ୍କା ମେଡିକାଲ ଆଲାଉନ୍ସ ଦେବା ଏବଂ ସର୍ବନିମ୍ନ ପେନସନ ମାସିକ ୯ ହଜାର ଟଙ୍କା ଧାର୍ଯ୍ୟ କରିବାକୁ ମଞ୍ଚ ଦାବି କରିଛି। ଉପରୋକ୍ତ ଦାବିଗୁଡ଼ିକ ତୁରନ୍ତ ପୂରଣ କରା ନ ଗଲେ ମଞ୍ଚ ଆନ୍ଦୋଳନକୁ ଓହ୍ଲାଇବାର ସ୍ମାରକପତ୍ରରେ ସ୍ପଷ୍ଟ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri