‘କେନ୍ଦ୍ର ସମବାୟ ବ୍ୟାଙ୍କରେ ଜମାକାରୀଙ୍କ ଟଙ୍କା ସୁରକ୍ଷିତ ଅଛି’

କେନ୍ଦୁଝର,୧୫।୩(ସ୍ବ.ପ୍ର.): କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କ(କେସିସିବି)ର ସମସ୍ତ ଗ୍ରାହକଙ୍କ ଜମା ଟଙ୍କା ସୁରକ୍ଷିତ ଅଛି। ୟେସ ବ୍ୟାଙ୍କ ସହିତ ଏହି ବ୍ୟାଙ୍କର କୌଣସି ସମ୍ପର୍କ ନାହିଁ। ଏଣୁ ଜମାକାରୀଙ୍କ ଟଙ୍କା/ଚେକ୍‌ ନେଣଦେଣ ଆଦି ବ୍ୟାଙ୍କ କାରବାରରେ କୌଣସି ଗୁଜବ ନ ଶୁଣିବା ପାଇଁ ଶନିବାର ସ୍ଥାନୀୟ କେସିସିବି କନ୍‌ଫରେନ୍ସ ହଲରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ସଭାପତି କାନନ ବିହାରୀ ପୋହି କହିଛନ୍ତି। ସମ୍ପ୍ରତି ବ୍ୟାଙ୍କର ୧୫ଟି ଶାଖା ଥିବା ବେଳେ ସମସ୍ତ ବ୍ୟାକିଂ ସେବା ଯୋଗାଇ ଦେଇଆସୁଛି। ଏପରିକି ଆଉ ୪ଟି ନୂତନ ଶାଖା ୩୧ ତାରିଖ ସୁଦ୍ଧା ଖୋଲିବା ନେଇ ସ୍ବୀକୃତି ମିଳିଛି। ଚେକ୍‌ କ୍ଲିୟରିଂ ସେବା ୟେସ ବ୍ୟାଙ୍କର ସମସ୍ୟାକୁ ନେଇ ସାମୟିକ ବାଧାପ୍ରାପ୍ତ ହୋଇଥିଲେ ହେଁ ଖୁବଶୀଘ୍ର ସୁବ୍ୟବସ୍ଥିତ ହେବ ବୋଲି ସେ କହିଛନ୍ତି। ଏଣୁ ରିଜର୍ଭ ବ୍ୟାଙ୍କ ଏହି ବ୍ୟାଙ୍କ ଉପରେ କୌଣସି ପ୍ରତିବନ୍ଧକ ଲଗାଇ ନ ଥିବା କହିଛନ୍ତି। ବ୍ୟାଙ୍କର ଏବେ ୩୪୭୫୦୮ ଜମାକାରୀ ଥିବା ବେଳେ ସମୁଦାୟ ୪୯୭.୬୧ କୋଟି ଜମା ରାଶି ରହିଛି। ୪୬୬କୋଟି ଟଙ୍କା ଋଣ ପ୍ରଦାନ କରାଯାଇଛି। ୨୦୦୩-୦୪ରୁ ନିରବିଛିନ୍ନ ଭାବରେ ବ୍ୟାଙ୍କ ଲାଭ କରିଆସୁଛି। ଏଣୁ ପୂର୍ବ ଭଳି ବ୍ୟାଙ୍କ ଉପରେ ଜମାକାରୀଙ୍କ ବିଶ୍ୱାସ ଓ ଭରସା ଅତୁଟ ରଖି ବ୍ୟାଙ୍କ କାରବାର ଜାରି ରଖିବାକୁ ସଭାପତି ନିବେଦନ କରିଥିଲେ। ଏହି ଖବରାଦାତା ସମ୍ମିଳନୀରେ ବ୍ୟାଙ୍କର କର୍ମଚାରୀ ଅଟଳ ଶତପଥୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri