କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଗ୍ରହଣକଲେ ତରୁଣକାନ୍ତି, କାଳିଚରଣ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ମଙ୍ଗଳବାର ୨୦୧୯ ମସିହା ଲାଗି କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀ ମଣ୍ଡି ହାଉସ୍‌ସ୍ଥିତ କମାନୀ ଅଡିଟୋରିୟମ୍‌ ପରିସରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ କବି ତଥା ଗୀତିକାର ଗୁଲ୍‌ଜାର ଏବଂ ଏକାଡେମୀ ସଭାପତି ଚନ୍ଦ୍ରଶେଖର କମ୍ବର ଯୋଗଦେଇ ପ୍ରତିଭାମାନଙ୍କୁ ପୁରସ୍କୃତ କରିଥିଲେ। ଏହି ଅବସରରେ ଓଡ଼ିଶାରୁ ଖ୍ୟାତନାମା ଲେଖକ ତରୁଣକାନ୍ତି ମିଶ୍ର ଏବଂ ସାନ୍ତାଳୀ କଥାକାର କାଳିଚରଣ ହେମ୍ବ୍ରମ୍‌ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଥିଲେ। ମିଶ୍ର ତାଙ୍କ ରଚିତ କ୍ଷୁଦ୍ରଗଳ୍ପ ସଙ୍କଳନ ‘ଭାସ୍ବତୀ’ ପାଇଁ ଏକାଡେମୀ ପୁରସ୍କାର ପାଇଥିବାବେଳେ ସାନ୍ତାଳୀ ଭାଷା ସାହିତ୍ୟରେ ଅବଦାନ ଲାଗି ହେମ୍ବ୍ରମ୍‌ ପୁରସ୍କାର ଗ୍ରହଣ କରିଥିଲେ।
୧୯୫୦ ଅଗଷ୍ଟ ୨ରେ କେନ୍ଦୁଝର ଜିଲାରେ ଜନ୍ମଗ୍ରହଣ କରିଥିବା ତରୁଣକାନ୍ତି ମିଶ୍ର ବିଜେବି କଲେଜରୁ ଅର୍ଥନୀତିରେ ସ୍ନାତକ ଏବଂ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଅପ୍ଲାଏଡ୍‌ ଇକୋନୋମିକ୍ସରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। ୧୯୭୫ରେ ସେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇଥିବା ବେଳେ ରାଜ୍ୟ ସରକାରଙ୍କ ୧୦ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଦାୟିତ୍ୱ ତୁଲାଇ ୨୦୧୦ରେ ରାଜ୍ୟ
ମୁଖ୍ୟ ଶାସନ ସଚିବ ଭାବେ ଅବସର ଗ୍ରହଣ କରିଥିଲେ। ପ୍ରଶାସନିକ ସେବାରେ ଜଣେ କର୍ତ୍ତବ୍ୟନିଷ୍ଠ ଅଧିକାରୀ ଭାବେ କାର୍ଯ୍ୟ କରିଥିବା ମିଶ୍ର ଜଣେ ସାହିତି୍ୟକଭାବେ ମଧ୍ୟ ବେଶ୍‌ ସୁନାମ ଅର୍ଜନ କରିଛନ୍ତି। ସେ ସ୍କୁଲ୍‌ରେ କ୍ଷୁଦ୍ର ଗଳ୍ପ ରଚନାରୁ ନିଜ ସାହିତି୍ୟକ ଜୀବନ ଆରମ୍ଭ କରିଥିଲେ। ବର୍ତ୍ତମାନ ସୁଦ୍ଧା ତାଙ୍କର ୨୦୦ରୁ ଅଧିକ ଲେଖା ପ୍ରକାଶିତ ହୋଇସାରିଛି। ‘ଦଣ୍ଡକାରଣ୍ୟ’ ପୁସ୍ତକ ପାଇଁ ଖ୍ୟାତିଅର୍ଜନ କରିଥିବା ଏହି ସାହିତି୍ୟକଙ୍କ କାଳଜୟୀ ରଚନା ମଧ୍ୟରେ ରହିଛି ‘ରଜନୀଗନ୍ଧା’, ‘ସକାଳର ମାନଚିତ୍ର’, ‘ସଂବହନ’, ‘ଶରଦଃ ଶତମ୍‌’, ‘ଆଜି ରାତିର ଗଳ୍ପ’, ‘ବହୁବ୍ରୀହି’, ‘ଭାସ୍ବତୀ’ ଆଦି ରହିଛି। ସେହିଭଳି ସାନ୍ତାଳୀ କଥାକାର କାଳିଚରଣ ହେମ୍ବ୍ରମ୍‌ ୧୯୬୦ ମେ’ ୧ରେ ମୟୂରଭଞ୍ଜରେ ଜନ୍ମଗ୍ରହଣ କରିଥିଲେ। ୧୯୮୨ରେ ଲେଖାଲେଖି ଆରମ୍ଭ କରିଥିବା କାଳିଚରଣ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦରେ ଜଣେ ବରିଷ୍ଠ ଅଧିକାରୀଭାବେ କାର୍ଯ୍ୟ କରିବା ସହ ସାହିତ୍ୟ ରଚନା ଜାରି ରଖିଛନ୍ତି। ସାନ୍ତାଳୀ ଭାଷାରେ ବହୁ ସାହିତ୍ୟ ପତ୍ରିକା ପାଇଁ ଲେଖୁଥିବା ଏହି ସାହିତି୍ୟକଙ୍କ ଭାରତୀୟ କଥାସାହିତ୍ୟ ପ୍ରତି ମହତ୍ତ୍ୱପୂର୍ଣ୍ଣ ଅବଦାନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri