Posted inଜାତୀୟ

କେନ୍ଦ୍ରକୁ କଂଗ୍ରେସର ପ୍ରଶ୍ନ:ଜିନ୍‌ଜିଆଙ୍ଗ୍‌କୁ ନେଇ ନୀରବ କାହିଁକି

ନୂଆଦିଲ୍ଲୀ,୧୧-୧୦:: କଶ୍ମୀରକୁ ନେଇ ଚାଇନା ବାରମ୍ବାର ମୁଣ୍ଡ ଖେଳାଉଥିବାବେଳେ ଜିନ୍‌ଜିଆଙ୍ଗ୍‌, ହଂକଂ ଓ ତିବ୍ବତ ପ୍ରସଙ୍ଗରେ ଭାରତ କାହିଁକି ନୀରବ ରହୁଛି ବୋଲି ଗୁରୁବାର କଂଗ୍ରେସ ପ୍ରଶ୍ନ କରିଛି। ଏହାସହ ଭାରତର ଆଭ୍ୟନ୍ତରୀଣ ବ୍ୟାପାରରେ ଚାଇନାର ହସ୍ତକ୍ଷେପ ରୋକିବାରେ ନରେନ୍ଦ୍ର ମୋଦି ସରକାର ବିଫଳ ହୋଇଥିବା ବିରୋଧୀ ଦଳ ସମାଲୋଚନା କରିଛି।
କଂଗ୍ରେସ ନେତା ମନୀଷ୍‌ ତିଓ୍ବାରୀ କହିଛନ୍ତି, କଶ୍ମୀରକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ ଟଣାଓଟରା ଚାଲିଥିବାବେଳେ ଚାଇନା ମଧ୍ୟ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଛି। ଏଭଳି ସମୟରେ ଜିନ୍‌ଜିଆଙ୍ଗ୍‌ରେ ସଂଖ୍ୟାଲଘୁ ଉଇଗର ମୁସଲମାନଙ୍କ ମାନବାଧିକାର ଉଲ୍ଲଂଘନ, ହଂକଂରେ ସରକାର ବିରୋଧୀ ବିକ୍ଷୋଭ ବେଳେ ଗଣତନ୍ତ୍ର ସପକ୍ଷବାଦୀଙ୍କ ଉପରେ ଦମନଲୀଳା ଏବଂ ତିବ୍ବତରେ ଉତ୍ପୀଡ଼ନ ଭଳି ପ୍ରସଙ୍ଗ ଭାରତ କାହିଁକି ଉଠାଉନାହିଁ। ସେହିପରି ଦକ୍ଷିଣ ଚାଇନା ସାଗର(ଏସ୍‌ସିଏ)ର ଦାଦାଗିରି ଉପରେ କେନ୍ଦ୍ର ନୀରବ କାହିଁକି। ଏହିସବୁ ପ୍ରସଙ୍ଗ ଉପରେ ଆମେ ନଜର ରଖିଛୁ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏବଂ ବହିର୍ବ୍ୟାପାର ମନ୍ତ୍ରଣାଳୟ ଚାଇନାକୁ କାହିଁକି କହୁନାହାନ୍ତି ବୋଲି ମନୀଷ୍‌ ଟୁଇଟ୍‌ କରିଛନ୍ତି। ପ୍ରକାଶ ଯେ, ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ ଦୁଇଦିନ ତଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କୁ କହିଥିଲେ, କଶ୍ମୀର ସ୍ଥିତି ଉପରେ ଆମର କଡ଼ା ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri