Posted inଜାତୀୟ

କେନ୍ଦ୍ରକୁ ଘେରିଲା କଂଗ୍ରେସ

ନୂଆଦିଲ୍ଲୀ,୨୪ା୬: ଚାଇନାର ଅନୁପ୍ରବେଶକୁ ଅସ୍ବୀକାର କରିବା ମୋଦି ସରକାର ସୀମା ସ୍ଥିତିକୁ ଅତି ଖରାପ ଭାବେ ପରିଚାଳନା କରିଛନ୍ତି ବୋଲି କଂଗ୍ରେସ ଓ୍ବାର୍କିଂ କମିଟି (ସିଡବ୍ଲ୍ୟୁସି) ବୈଠକରେ ସମାଲୋଚନା କରାଯାଇଛି। ଏହି ଭର୍ଚୁଆଲ ବୈଠକରେ ଅଧ୍ୟକ୍ଷତା କରି କଂଗ୍ରେସ ମୁଖ୍ୟ ସୋନିଆ ଗାନ୍ଧୀ ବିଭିନ୍ନ ପ୍ରସଙ୍ଗରେ ମୋଦି ସରକାରଙ୍କୁ କାଠଗଡ଼ାରେ ଛିଡ଼ା କରାଇଛନ୍ତି।
ସୋନିଆ କହିଛନ୍ତି, ଭାରତରେ ଘୋର ଆର୍ଥିକ ସଙ୍କଟ ଲାଗିରହିଥିବାବେଳେ ମହାମାରୀ କରୋନା ସ୍ଥିତିକୁ ଅଧିକ ସଙ୍ଗିନ କରିଛି। ଏଭଳି ସମୟରେ ଚାଇନା ସହ ସୀମା ବିବାଦ ଏବଂ ଦେଶର ସୁରକ୍ଷା ଓ କ୍ଷେତ୍ରୀୟ ଅଖଣ୍ଡତାକୁ ନେଇ ବିପଦ ଦେଖାଦେଇଛି। ଏହାର ମୁକାବିଲା ପାଇଁ ମୋଦି ସରକାରଙ୍କ କାର୍ଯ୍ୟରେ ପରିପକ୍ୱ କୂଟନୀତି ଓ ନିର୍ଣ୍ଣାୟକ ନେତୃତ୍ୱ ଦେଖିବାକୁ ମିଳୁନାହିଁ। ଲଦାଖରେ ଭାରତୀୟ ଭୂଖଣ୍ଡକୁ କେହି ଅନୁପ୍ରବେଶ କରିନାହାନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ, ଯାହାକି ସମ୍ପୂର୍ଣ୍ଣ ଭାବେ ଭୁଲ୍‌। ସେହିପରି କୋଭିଡ୍‌-୧୯ ପରିଚାଳନାରେ କେନ୍ଦ୍ର ବିଫଳ ହୋଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କହିଛନ୍ତି, ମହାମାରୀର ମୁକାବିଲା ପାଇଁ ଯେପରି ଭାବେ ଉଦ୍ୟମ ହେବା କଥା ସେପରି ହେଉନାହିଁ। ସୀମା ବିବାଦକୁ ମଧ୍ୟ ଉଚିତ ଢଙ୍ଗରେ ପରିଚାଳନା କରାଯାଇ ନାହିଁ। ବୈଠକକୁ ସମ୍ବୋଧିତ କରି ରାହୁଲ ଗାନ୍ଧୀ କହିଛନ୍ତି, ମୋଦି ସରକାରଙ୍କ ଅଧୀନରେ ଭାରତର ବୈଦେଶିକ ନୀତି ସମ୍ପୂର୍ଣ୍ଣ ଭାବେ ବିଫଳ ହୋଇଛି। କୂଟନୀତିର ପ୍ରତିଷ୍ଠିତ ସଂସ୍ଥାଗତ ଢାଞ୍ଚାକୁ ପ୍ରଧାନମନ୍ତ୍ରୀ ଧ୍ୱଂସ କରିଦେଇଛନ୍ତି। ଆମେରିକା ଓ ଅନ୍ୟ ରାଷ୍ଟ୍ରଗୁଡ଼ିକ ସହ ଭାରତ ସୁସମ୍ପର୍କ ପ୍ରତିଷ୍ଠା କରୁ। ଏହାସହ ପୁରୁଣା ବନ୍ଧୁରାଷ୍ଟ୍ରଗୁଡ଼ିକ ସହିତ ମଧ୍ୟ ସମ୍ପର୍କକୁ ବଜାୟ ରଖିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri