Posted inଜାତୀୟ

କେନ୍ଦ୍ରକୁ ଜବାବ ମାଗିଲେ ହାଇକୋର୍ଟ

ନୂଆଦିଲ୍ଲୀ,୨୯ା୨(ପି.ଟି.):କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ ଦଳର କେତେଜଣ ନେତା ଉତ୍ତେଜନାପୂର୍ଣ୍ଣ ଭାଷଣ ଦେଉଥିବାରୁ ସେମାନଙ୍କ ବିରୋଧରେ ଏତଲା ଦାଏର ପାଇଁ ନିର୍ଦ୍ଦେଶ ଦେବାକୁ ଦିଲ୍ଲୀ ହାଇକୋର୍ଟରେ ପିଟିଶନ ଦାଏର ହୋଇଥିଲା। ଶୁକ୍ରବାର ଅଦାଲତ ଏହାର ଶୁଣାଣି କରି କେନ୍ଦ୍ର, ଦିଲ୍ଲୀ ସରକାର ଏବଂ ପୋଲିସକୁ ଜବାବ ମାଗିଛନ୍ତି। କଂଗ୍ରେସ ନେତାଙ୍କ ବ୍ୟତୀତ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ, ଆମ୍‌ ଆଦ୍‌ମୀ ପାର୍ଟି ବିଧାୟକ ଅମାନତୁଲ୍ଲା ଖାନ୍‌, ଏଆଇଏମ୍‌ଆଇଏମ୍‌ ନେତା ଆକବରୁଦ୍ଦିନ ଓଓ୍ବାଇସି ଏବଂ ଦଳର ପୂର୍ବତନ ବିଧାୟକ ଓ୍ବାରିସ ପଠାନ୍‌ଙ୍କ ବିରୋଧରେ ମଧ୍ୟ ଏତଲା ଦାଏର ପାଇଁ ଆଇନଜୀବୀମାନଙ୍କ ସଂଗଠନ ‘ଲୟର୍ସ ଭଏସ୍‌’ ପକ୍ଷରୁ ଆବେଦନ କରାଯାଇଥିଲା। ଉତ୍ତେଜନାପୂର୍ଣ୍ଣ ଭାଷଣର ତଦନ୍ତ ଲାଗି ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ ଲାଗି ସଂଗଠନ ପକ୍ଷରୁ ଅନୁରୋଧ କରାଯାଇଥିଲା। ମୁଖ୍ୟ ବିଚାରପତି ଡି.ଏନ୍‌. ପଟେଲ, ଜଷ୍ଟିସ ସି. ହରିଶଙ୍କରଙ୍କୁ ନେଇ ଗଠିତ ଖଣ୍ଡପୀଠ କେନ୍ଦ୍ର, ଦିଲ୍ଲୀ ସରକାର ଓ ପୋଲିସକୁ ନୋଟିସ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri