Posted inଜାତୀୟ

କେନ୍ଦ୍ରକୁ ୬,୮୧୩ କୋଟି ମାଗିଲା ମହାରାଷ୍ଟ୍ର

ନୂଆଦିଲ୍ଲୀ, ୧୪ା୮(ପି.ଟି.): ଦେଶର ୮ ରାଜ୍ୟରେ ବନ୍ୟା ପରିସ୍ଥିତି ଗମ୍ଭୀର ରୂପ ଧାରଣ କରିଥିବାବେଳେ ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ଗୁରୁତ୍ୱ ଦିଆଯାଉଛି। ମଙ୍ଗଳବାର କେରଳ ଓ ମହାରାଷ୍ଟ୍ରରେ ପରିସ୍ଥିତି ଜଟିଳ ଥିବାବେଳେ କର୍ନାଟକରେ ସାମାନ୍ୟ ସୁଧାର ଆସିଛି। କେରଳରେ ବନ୍ୟା ଜନିତ ମୃତ୍ୟୁସଂଖ୍ୟା ୯୧ରେ ପହଞ୍ଚିଥିବାବେଳେ ୪୦ ଜଣ ନିଖୋଜ ଥିବା ଜଣାପଡ଼ିଛି। ୨.୫୨ ଲକ୍ଷ ଲୋକଙ୍କୁ ୧,୩୩୨ଟି ରିଲିଫ୍‌ କ୍ୟାମ୍ପରେ ରଖାଯାଇଛି। ମାଲାପୁରମ୍‌ ଓ ଓ୍ବାୟନାଡ଼ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି।
ସ୍ଥିତିରେ ସାମାନ୍ୟ ସୁଧାର ଆସିଥିବାବେଳେ ୬.୬୭ ଲକ୍ଷ ଲୋକ ଏବେ ବି ସ୍ଥାନାନ୍ତର ହୋଇ ଅଛନ୍ତି। ଅନେକ ସ୍ଥାନରେ ଜଳସ୍ତର କମିଥିଲେ ହେଁ ଲୋକଙ୍କ ଦୁର୍ଦ୍ଦଶା ବଢିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ମଙ୍ଗଳବାର ଶିବମୋଗା ଗସ୍ତକରି ରିଲିଫ କ୍ୟାମ୍ପଗୁଡ଼ିକର କାର୍ଯ୍ୟ ତଦାରଖ କରିଛନ୍ତି। ବନ୍ୟାରେ ରାଜ୍ୟର ୪୮ ଲୋକ ପ୍ରାଣ ହରାଇଥିବାବେଳେ ଉତ୍ତର ଓ ଉପକୂଳ ଅଞ୍ଚଳ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। କେନ୍ଦ୍ର ତୁରନ୍ତ ୩ ହଜାର କୋଟି ଟଙ୍କା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି। ମହାରାଷ୍ଟ୍ରର କୋହ୍ଲାପୁର, ସତାରା ଓ ସାଙ୍ଗଲି ସ୍ଥିତି ଜଟିଳ ରହିଥିବାବେଳେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ପଡ୍‌ନବିିସ ରିଲିଫ୍‌ ଅପରେଶନକୁ ଗୁରୁତ୍ୱ ଦେଇଛନ୍ତି। କେନ୍ଦ୍ର ସରକାର ରାଜ୍ୟକୁ ୬,୮୧୩ କୋଟି ଟଙ୍କାର ରିଲିଫ୍‌ ପ୍ୟାକେଜ୍‌ ଯୋଗାଇ ଦେବାକୁ ସେ ଦାବି କରିଛନ୍ତି। ରାଜ୍ୟରେ ଏପର୍ଯ୍ୟନ୍ତ ବନ୍ୟା ମୃତ୍ୟୁସଂଖ୍ୟା ୪୩କୁ ବୃଦ୍ଧି ପାଇଛି। ପଡ୍‌ନବିସ ଓ କ୍ୟାବିନେଟ ମନ୍ତ୍ରୀମାନେ ମାସକର ଦରମା ବନ୍ୟା ପ୍ରପୀଡ଼ିତଙ୍କୁ ଦାନ କରିବାକୁ ସ୍ଥିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri