କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କଲା ପାଇକ ସଙ୍ଗଠନ

ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ପୂର୍ବ ଭାରତ ସମୃଦ୍ଧ ହେଲେ ଭାରତ ସମୃଦ୍ଧ ହେବ। ହେଲେ ଓଡିଶାର ନେତୃତ୍ୱ ବିନା ପୂର୍ବ ଭାରତ ସମୃଦ୍ଧଶାଳୀ ହୋଇପାରିବ ନାହିଁ। ପୂର୍ବରୁ ଯେମିତି କଳିଙ୍ଗ ଯୁଦ୍ଧ ଓ ପାଇକ ବିଦ୍ରୋହର ନେତୃତ୍ୱ ଓଡ଼ିଶା ନେଇଥିଲା, ଏବେ ସମୃଦ୍ଧ ଭାରତ ଗଠନ ପାଇଁ ଓଡ଼ିଶାକୁ ସେହିପରି ନେତୃତ୍ୱ ନେବାକୁ ପଡ଼ିବ। ଏକବିଂଶ ଶତାବ୍ଦୀରେ ଭାରତବର୍ଷର ଅର୍ଥନୀତିକୁ ନେତୃତ୍ୱ ନେବାର ଦାୟିତ୍ୱ ଓଡିଶାର ଅଛି। ତେଣୁ ଓଡ଼ିଶାକୁ ଏକ ସମୃଦ୍ଧଶାଳୀ ରାଜ୍ୟ ଭାବେ ତିଆରି କରିବାକୁ ପଡ଼ିିବ। ଯାହାପାଇଁ ଆମ ସମସ୍ତଙ୍କୁ ଏକାଠି ହେବାକୁ ପଡ଼ିିବ ବୋଲି ଶୁକ୍ରବାର ସୂଚନା ଭବନରେ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା ସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ଏହା କହିଛନ୍ତି।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଥିଲେ, ଭାରତରେ ବ୍ରିଟିଶମାନଙ୍କ ବିରୋଧରେ ପାଇକ ଜାତି ପ୍ରଥମେ ଲଢେଇ କରିଥିଲା। ବିଭିନ୍ନ ସ୍ଥାନରେ ଏ ନେଇ ପାଇକ ବିଦ୍ରୋହର ୨ଶହ ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରାଯାଉଛି। ପାଇକମାନଙ୍କର ଆମ ଜାତି ପ୍ରତି ସ୍ବତନ୍ତ୍ର ଅବଦାନ ରହିଛି। ଏବେ ଓଡ଼ିଶାର ସ୍ବାର୍ଥ ତଥା ଓଡ଼ିିଆ ଲୋକଙ୍କ ହକ୍‌ ପାଇଁ କେନ୍ଦ୍ର ଓ ରାଜ୍ୟ ଉଭୟ ମିଳିତ ଭାବେ କାମ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।
ପୂର୍ବରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମାତ୍ର ୨୫ ଲକ୍ଷ ଘର ଥିବାବେଳେ ଗତ ୫ବର୍ଷରେ ଏହାର ସଂଖ୍ୟା ୨କୋଟିରୁ ଊର୍ଦ୍ଧ୍ୱ ଛୁଇଁଛି। ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନାରେ ଏଲପିଜି ଗ୍ରାହକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଅଧାରୁ ଅଧିକ ଘରେ ବିଦ୍ୟୁତ ସଂଯୋଗ ହୋଇଛି। ରାଜ୍ୟରେ ଲିଙ୍ଗରାଜ ମନ୍ଦିର, ପୁରୀ ଶ୍ରୀମନ୍ଦିର, କୋଣାର୍କ ଭଳି ଭବ୍ୟ ସଂସ୍କୃତିର କେନ୍ଦ୍ର ଏବଂ ଅନ୍ୟାନ୍ୟ ସମ୍ବନ୍ଧିତ ଜିନିଷଗୁଡ଼ିକ କେବଳ ସାଂସ୍କୃତିକ ପ୍ରତିଛବି ନୁହେଁ ଏହା ପଛରେ ସମ୍ପନ୍ନତା ଓ ବଡ ଅର୍ଥନୀତି ପ୍ରତିଫଳିତ ହୋଇଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରଧାନଙ୍କୁ ପାଇକ ମହାସଂଘ ସମୂହ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମ ପ୍ରାରମ୍ଭରେ ପାଇକ ସଂଗଠନଗୁଡ଼ିକ ପକ୍ଷରୁ ସମରକଳା ପ୍ରଦର୍ଶନ କରାଯିବା ପରେ ଓଡ଼ିଶୀ ନୃତ୍ୟ ଶିଳ୍ପୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ପରେ ପରେ ଧାରାଶ୍ରୀ ଧାରା ପକ୍ଷରୁ ବଳଦେବ ମହାରଥାଙ୍କ ନେତୃତ୍ୱରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। କାର୍ଯ୍ୟକ୍ରମରେ ଭାଜପା ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ, ବିଶିଷ୍ଟ ଶିକ୍ଷାବିତ୍‌ ଅଧ୍ୟାପକ ବିଶ୍ୱରଞ୍ଜନ, ପ୍ରଫେସର ସୂର୍ଯ୍ୟ ମିଶ୍ର, ବରିଷ୍ଠ ଖବରଦାତା ପ୍ରଦ୍ୟୁମ୍ନ ଶତପଥୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri