କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଚଢ଼ାଉ: ଜଣେ ଗିରଫ

ସୋର,୨୮।୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ କଲେଜ ଛକ ନିକଟରେ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ୟୁନିଟ୍‌-୨ ତରଫରୁ କୌଣସି ସୂତ୍ରରୁ ଖବର ପାଇ ଏକ କାର୍‌ ମଧ୍ୟରେ ଯାଉଥିବା ୪୦୦ ଲିଟରରୁ ଅଧିକ ଦେଶୀ ମଦ ଜବତ କରାଯିବା ସହ କାର୍‌ର ଡ୍ରାଇଭରକୁ ଗିରଫ କରାଯାଇଛି।
ପ୍ରକାଶ ଯେ, କେନ୍ଦ୍ରାଞ୍ଚଳ ବିଭାଗ ତରଫରୁ କୌଣସି ସୂତ୍ରରୁ ଖବରପାଇଖ ଆଇଆଇସି ଜଗଦିଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶକ୍ରମେ ୫ ଜଣିଆ ଟିମ୍‌ ଏହି ମଦ ବୋଝେଇ କାର୍‌କୁ ଜବତ କରିଛନ୍ତି। କାର୍‌ଟି ପୁରୁଣାବାଲେଶ୍ୱରରୁ ଭଦ୍ରକ ଅଭିମୁଖେ ଯାଉଥିଲା। କାର୍‌ ମଧ୍ୟରୁ ୪୦୦ ଲିଟରରୁ ଉର୍ଦ୍ଧ୍ୱ ମଦ ଜବତ କରାଯିବା ସହିତ ଡ୍ରାଇଭର ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଞ୍ଚଳର ସନ୍ତୋଷ ସୁତାରଙ୍କୁ ଗିରଫ କରାଯାଇଛି। ଏହି ଚଢ଼ାଉ ସମୟରେ ସବ୍‌ଇନ୍ସପେକ୍ଟର ଧନଞ୍ଜୟ ପାତ୍ର, ପ୍ରଦୀପ କୁମାର ବେହେରା, କିଶୋର ଚନ୍ଦ୍ର ରାଉତ, ବସନ୍ତ କୁମାର ମଲ୍ଲିକ, ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ଜଗନ୍ନାଥ ନାୟକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?