କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଭଦ୍ରକ ଜିଲା ଗସ୍ତ ଓ କାର୍ଯ୍ୟ ନୀରିକ୍ଷଣ: ବକେୟା ମାମଲା ଫଇସଲା ଉପରେ ଗୁରୁତ୍ୱ

ଭଦ୍ରକ ଅଫିସ, ୨୬ା୧୧- କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ ମଙ୍ଗଳବାର ଅପରାହ୍ନରେ ଭଦ୍ରକ ଜିଲା ଗସ୍ତ କରିବା ଅବସରରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ବିଭିନ୍ନ ବିଭାଗର କାର୍ଯ୍ୟ ନିରୀକ୍ଷଣ କରିଥିଲେ। ଜିଲାର ରାଜସ୍ବ ସମ୍ପର୍କିତ ତଥ୍ୟ ଓ ବକେୟା ମାମଲା ଅନୁଧ୍ୟାନ କରିବା ସହ ସେଗୁଡ଼ିକର ତୁରନ୍ତ ଫଇସଲା କରିବା ଉପରେ ଗୁରୁତ୍ୱାରୋପ କରିଥିଲେ।

ଜିଲାର ରାଜସ୍ବ ଆଦାୟକୁ ତ୍ୱରାନ୍ବିତ କରାଯିବା ସହିତ ଧାର୍ଯ୍ୟଲକ୍ଷ୍ୟ ହାସଲ ଶତ ପ୍ରତିଶତ କରାଯିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏଣୁ ଜିଲାସ୍ତରୀୟ ଅଧିକାରୀମାନେ ବିଭିନ୍ନ ବ୍ଳକ, ତହସିଲ, ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ଗୁଡ଼ିକୁ ନିୟମିତ ବ୍ୟବଧାନରେ ଗସ୍ତ କରି ସମୀକ୍ଷା କରିବା ସହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ପରାମର୍ଶ ଦେଇଥିଲେ। ଅନ୍ୟପକ୍ଷେ ଠିକ୍‌ ଭାବେ ଅଡିଟ୍‌ର ପାରା ଗୁଡ଼ିକୁ ଅନୁଧ୍ୟାନ କରି ପଦକ୍ଷେପ ନେବା, ନିୟମିତ ପଦୋନ୍ନତି କମିଟି ବସାଇ କର୍ମଚାରୀଙ୍କୁ ପଦୋନ୍ନତି ଦେବା, ବିଭିନ୍ନ କର୍ମଚାରୀଙ୍କ ନାମରେ ଥିବା ମାମଲାଗୁଡ଼ିକର ଶୀଘ୍ର ଫଇସଲା କରିବାକୁ ସେ କହିଥିଲେ। ୫-ଟି ଆଧାରରେ ଅଧିକାରୀମାନେ କାର୍ଯ୍ୟ ନିର୍ବାହ କରିବା ସହ ମୋ ସରକାର କାର୍ଯ୍ୟକ୍ରମରେ ରୋଗୀଙ୍କୁ ଭଲ ବ୍ୟବହାର, ଉତ୍ତମ ଖାଦ୍ୟ, ନିରାମୟ ଔଷଧ ଯୋଗାଇ ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏଥିପ୍ରତି ଜିଲା ପ୍ରଶାସନ ଅଗ୍ରାଧିକାର ଦେବାକୁ ସେ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭାରପ୍ରାପ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ର, ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ, ଉପଜିଲାପାଳ ପୀତାମ୍ବର ସାମଲଙ୍କ ସମେତ ଡେପୁଟି କଲେକ୍ଟର, ସହକାରୀ ଜିଲାପାଳ, ଅନ୍ୟାନ୍ୟ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri