କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର, ବଡ଼ଦାଣ୍ଡର ଉନ୍ନତୀକରଣ: ୮.୫ କୋଟି ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୫।୧୧(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ାର ପ୍ରସିଦ୍ଧ ବଳଦେବଜୀଉ ମନ୍ଦିର ଏବଂ ଗ୍ରାଣ୍ଡରୋଡ୍‌(ବଡ଼ଦାଣ୍ଡ)ର ଉନ୍ନୟନ ପାଇଁ ୮ କୋଟି ୫୦ ଲକ୍ଷ ଟଙ୍କା ଅନୁମୋଦନ କରିଛନ୍ତି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମଙ୍ଗଳବାର ଏ ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ସମୟରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କେନ୍ଦ୍ରାପଡ଼ା ଏମ୍‌ପି, ଜିଲାପାଳ, ବିଧାୟକ, ବଳଦେବଜୀଉ ମନ୍ଦିର ଟ୍ରଷ୍ଟ ଏବଂ ସେବାୟତମାନଙ୍କ ସହ ଆଲୋଚନା କରାଯାଇଥିଲା। ଗତ ସ୍ନାନ ପୂର୍ଣ୍ଣିମାରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ଗସ୍ତ କରିବା ସହ ବଳଦେବଜୀଉଙ୍କ ଦର୍ଶନ କରିଥିଲେ। ଏହି ସମୟରେ ସ୍ଥାନୀୟ ଜନସାଧାରଣ ଏବଂ ମନ୍ଦିର ସହ ଜଡ଼ିତ ଥିବା ବ୍ୟକ୍ତିବିଶେଷ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ଏହାର ସମାଧାନ ଓ ଉନ୍ନୟନ ପାଇଁ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ , ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଟା, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଏବଂ ପୂର୍ତ୍ତ ସଚିବ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri