କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବିକ୍ଷୋଭ

କେନ୍ଦୁଝର/ଚମ୍ପୁଆ,୨୨ା୫(ଡି.ଏନ୍‌.ଏ./ସ୍ବ.ପ୍ର./ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ଶ୍ରମ ସମୟକୁ ଦୈନିକ ୮ଘଣ୍ଟାରୁ ୧୨ ଘଣ୍ଟାକୁ ବୃଦ୍ଧି ନିଷ୍ପତ୍ତିକୁ ବିରୋଧ କରି ଏହା ଅଣସମ୍ବିଧାନିକ ଏବଂ ଶ୍ରମିକ ବିରୋଧୀ ନୀତି ବୋଲି ଅଭିଯୋଗ କରି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନଗୁଡ଼ିକର ମିଳିତ ମଞ୍ଚ ତରଫରୁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଶୁକ୍ରବାର ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସରକାର ତୁରନ୍ତ ଏହି ନିଷ୍ପତ୍ତିର ପୁନର୍ବିଚାର କରିବାକୁ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନଗୁଡ଼ିକର ମିଳିତ ମଞ୍ଚ ଦାବି ଉପସ୍ଥାପନ କରିଛି। ସେହିପରି ଚମ୍ପୁଆଠାରେ ଏଆଇଟିୟୁସି କାର୍ଯ୍ୟାଳୟଠାରେ ଜିଲା ସଭାପତି ବିଦ୍ୟାଧର ମହାନ୍ତଙ୍କ ନେତୃତ୍ୱରେ ବହୁ କର୍ମୀ ଏହି ପ୍ରତିବାଦ ଦିବସ ପାଳନ କରିଥିଲେ। ଏନେଇ ଦଳ ପକ୍ଷରୁ ୮ ଦଫା ସମ୍ବଳିତ ଦାବି ଉପସ୍ଥାପନ କରାଯାଇଛି। ଦାବିଗୁଡିକ ମଧ୍ୟରେ ଦାଦନ ଶ୍ରମିକମାନଙ୍କୁ ସୁରକ୍ଷା ଓ ଆର୍ଥିକ ସହାୟତା ଯୋଗାଇବା, ୧୨ ଘଣ୍ଟା ବଦଳରେ କାମ କରିବାର ସମୟ ୮ ଘଣ୍ଟା କରିବା, ଲକ୍‌ଡାଉନ୍‌ ସମୟରେ, ଟ୍ରାନ୍ସପୋର୍ଟ, ଉଠା ଦୋକାନୀ ଓ ସମସ୍ତ ଶ୍ରମଜୀବୀଙ୍କୁ ମୁଣ୍ଡ ପିଛା ୧୦ କେଜି ଚାଉଳ ଓ ୧୦ ହଜାର ଟଙ୍କା ସହାୟତା, ସ୍କୁଲ କଲେଜ ଓ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କର ଶିକ୍ଷା ଖର୍ଚ୍ଚ ସରକାର ବହନ କରିବା ଆଦି ଦାବି କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଜିଲା ସହସମ୍ପାଦକ ଅର୍ଜୁନ ଚରଣ ମହାନ୍ତ, ଏମ୍‌ଡି ବଦ୍ରୁ ଜାମା, ଗିରିଶ ଚନ୍ଦ୍ର ନାଏକ, ଭରଦ୍ୱାଜ ମହାନ୍ତ, ଗଣେଶ ନାଏକ ଓ ପ୍ରେମାନନ୍ଦ ନାଏକ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନ୍ୟପକ୍ଷେ ଅଲ୍‌ ଇଣ୍ଡିଆ କିଷାନ କ୍ଷେତ ମଜଦୁର ସଂଗଠନ ପକ୍ଷରୁ ୧୨ଦଫା ଦାବି ନେଇ ଜିଲାପାଳଙ୍କୁ ସ୍ମାରକପତ୍ର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?