ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୨୦୦୨ ବ୍ୟାଚ ଆଇଏଏସ୍ ଅଧିକାରୀ ତଥା ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ସ୍ବତନ୍ତ୍ର ସଚିବ ଏସ.ଏନ୍. ଗିରିଶ କେନ୍ଦ୍ରୀୟ ଡେପୁଟେଶନରେ ଯାଇଥିବା ସୂଚନା ମିଳିଛି। ସେହିପରି ୧୯୯୫ ବ୍ୟାଚ ଆଇଆରଏସ ଅଧିକାରୀ ସୋମନାଥ ହାଁସଦାଙ୍କୁ ଭୁବନେଶ୍ୱରରେ ନବରତ୍ନ କମ୍ପାନୀ ନାଲ୍କୋ ଚିଫ୍ ଭିଜିଲାନ୍ସ ଅଫିସର ଭାବେ ଅବସ୍ଥାପିତ କରାଯାଇଥିବା ଜଣାପଡିଛି। ଅନ୍ୟପଟେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ୧୫ ଦିନିଆ ଛୁଟିରେ ଯାଇଥିବା ଜଣାପଡ଼ିଛି। ବିଧାନସଭା ଚାଲିଥିବା ସମୟରେ ପାଢୀଙ୍କ ଛୁଟି ନେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ପାଢୀ ସୋମବାରଠାରୁ ଛୁଟିରେ ଯାଇଥିବା ବେଳେ ଅଗଷ୍ଟ ୫ତାରିଖରେ କାର୍ଯ୍ୟରେ ଯୋଗଦେବେ ବୋଲି କୁହାଯାଉଛି। ତାଙ୍କ ସ୍ଥାନରେ ଉନ୍ନୟନ କମିଶନର ଅସୀତ ତ୍ରିପାଠୀ ଅସ୍ଥାୟୀ ଭାବେ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ତୁଲାଇବେ। ସେହିପରି ୧୯୮୭ ବ୍ୟାଚର ଆଇଏଏସ୍ ରାଜେଶ ବର୍ମା କେନ୍ଦ୍ର କୃଷି ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ସଚିବ ପଦରେ ରହିଥିଲେ। ବର୍ମା ଯିବା ପରେ ତାଙ୍କ ସ୍ଥାନରେ କାହାକୁ ନିଯୁକ୍ତି ମିଳିବ ତାକୁ ନେଇ ମଧ୍ୟ ଚର୍ଚ୍ଚା ଲାଗି ରହିଛି। ବିଧାନସଭା ଅଧିବେଶନ ଶେଷ ହେବା ପରେ ଆଇଏଏସ୍ ଏବଂ ଆଇପିଏସ ସ୍ତରରେ ଏକ ବଡ ଧରଣର ଅଦଳବଦଳ ହେବ ବୋଲି ଶୁଣିବାକୁ ମିଳୁଛି।
ଜାନୁଆରୀ ୩୧ ସୁଦ୍ଧା ଟଙ୍କା ଫେରିପାଇବେ ୫ ଲକ୍ଷ କ୍ଷୁଦ୍ର ଚିଟ୍ଫଣ୍ଡ ଜମାକାରୀ
ଭୁବନେଶ୍ୱର, ୨୩।୧୨(ସୁନିତ୍ ମିଶ୍ର): ଚିଟ୍ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ଟଙ୍କା ଫେରସ୍ତ ପାଇବା ଲାଗି ଆବେଦନ କରିବାକୁ ଅର୍ଥ ବିଭାଗ ବିଜ୍ଞପ୍ତି ଜାରି...
କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ମିଳୁନି ଚାନ୍ଦା, ଆୟ ସମ୍ପର୍କିତ ସତ୍ୟପାଠରୁ ସାମ୍ନାକୁ ଆସିଲା ବଡ଼ ତଥ୍ୟ
ଭୁବନେଶ୍ୱର, ୨୩।୧୨(ସୁନିତ୍ ମିଶ୍ର): ୨୦୨୪ ନିର୍ବାଚନରେ ପରାଜୟ ପରେ ବିଜେଡିକୁ ଆଉ ଚାନ୍ଦା(ଡୋନେଶନ) ମିଳୁନାହିଁ। କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ଚାନ୍ଦା ଦେବାକୁ କେହି...
ବଡ଼ଦିନରୁ ବଢ଼ିବ ଶୀତ: କୁହୁଡ଼ି ପାଇଁ ଏହି ୧୨ ଜିଲାକୁ ସତର୍କତା
ଭୁବନେଶ୍ୱର,୨୩ା୧୨(ବନ୍ଦନା ସେଠୀ): ବଡଦିନରୁ ଆହୁରି ବଢିବ ଶୀତ। ରାଜ୍ୟରେ ଏବେ ଶୀତର ଲହରି ଜାରି ରହିଥିବାବେଳେ ଆସନ୍ତା ୨୫ରୁ ଶୀତ ପ୍ରକୋପ ଅସମ୍ଭାଳ ହେବ। ପଶ୍ଚିମା...
୨୪ରେ ରାଜ୍ୟ କ୍ୟାବିନେଟ: ୭ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ
ଭୁବନେଶ୍ୱର,୨୩।୧୨(ରବିନାରାୟଣ ଜେନା): ରାଜ୍ୟର ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୨୪ ତାରିଖରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ରହିଛି।...
୨୪ ନୂଆ ଏନଏସି, ୫ ମ୍ୟୁନିସିପାଲଟି ପାଇଁ ବିଜ୍ଞପ୍ତି ପ୍ରକାଶ: ଗଞ୍ଜାମ ଜିଲାର ଏହି ସବୁ ଅଞ୍ଚଳ…
ଛତ୍ରପୁର, ୨୩।୧୨ (ଦିଲ୍ଲୀପ ସାମଲ): ରାଜ୍ୟର ୨୪ ନୂଆ ଏନଏସି ଓ ୫ ମ୍ୟୁନିସିପାଲଟି ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ପାଲଲହଡା,...
ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ
ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...
ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ
ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...
ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ
ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...
Archives


