କେନ୍ଦ୍ରୀୟ ବିଦ୍ୟାଳୟ ଛାତ ଉପରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ଶିକ୍ଷୟିତ୍ରୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ଜଣେ ଛାତ୍ରୀ ଶୁକ୍ରବାର ଅପରାହ୍ନରେ ବିଦ୍ୟାଳୟର ୩ ମହଲା ଛାତରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମଞ୍ଚେଶ୍ୱର ଥାନା ଅଧୀନ ଗାଡ଼କଣସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ରେ ଏଭଳି ଘଟଣା ଘଟିଛି। ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ହାତ, ଗୋଡ଼ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ପରିବାର ଲୋକେ ରାତିରେ ମଞ୍ଚେଶ୍ୱର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ମିଳିଥିବା ସୂଚନା ଅନୁଯାୟୀ, ଛାତ୍ରୀ ଜଣକ ମଞ୍ଚେଶ୍ୱର ରେଲଓ୍ବେ କଲୋନୀରେ ପରିବାର ସହ ରହୁଥିବାବେଳେ କେନ୍ଦ୍ରୀୟ ବିଦ୍ୟାଳୟ-୩ରେ ଯୁକ୍ତ୨ରେ ପଢୁଛନ୍ତି। ତାଙ୍କୁ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ବିନା କାରଣରେ ଗାଳିଗୁଲଜ କରନ୍ତି। ସହପାଠୀଙ୍କ ସହ କଥା ହେଲେ ପାଟି କରିବା ସହ ମାଡ଼ ମାରନ୍ତି। ଶୁକ୍ରବାର ଶିକ୍ଷୟିତ୍ରୀ ଜଣକ ସାମାନ୍ୟ କଥାକୁ ନେଇ ତାଙ୍କୁ ମାଡ଼ ମାରିଥିଲେ। ଫଳରେ ଛାତ୍ରୀ ଜଣକ ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ବିଦ୍ୟାଳୟର ୩ତାଲା ଛାତକୁ ଯାଇ ଡେଇଁ ପଡିଥିଲେ। ଅନ୍ୟ ଛାତ୍ରୀମାନେ ଦୌଡ଼ି ଆସି ତାଙ୍କୁ ଉଦ୍ଧାର କରିବା ସହ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ବିଦ୍ୟାଳୟ କର୍ମଚାରୀମାନେ ଛାତ୍ରୀଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ମଞ୍ଚେଶ୍ୱର ଥାନା ଅଧିକାର ଜିତେନ୍ଦ୍ରନାଥ ସେଠୀ କହିଛନ୍ତି ଯେ, ଘଟଣା ସମ୍ପର୍କରେ ରାତି ପ୍ରାୟ ସାଢ଼େ ୧୦ଟାରେ ଅଭିଯୋଗ ମିଳିଛି। ଶନିବାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri