କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଜମି ମିଳିଲା

ଛତ୍ରପୁର,୬ା୮(ଡି.ଏନ.ଏ.)-ଛତ୍ରପୁର ମିଳିତ କ୍ରିୟାନୁଷ୍ଠାନ କମିଟିର ଏକ ଜରୁରୀ ବୈଠକ ସୋମବାର ସନ୍ଧ୍ୟାରେ ସ୍ଥାନୀୟ ରିଡିଙ୍ଗ ରୁମରେ ଅନୁଷ୍ଠିତ ହୋଇଥିଲା ା ଛତ୍ରପୁରରେ ଖୋଲିବାକୁ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ଉପରେ ଏଥିରେ ଆଲୋଚନା ହୋଇଥିଲା ା କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆବଶ୍ୟକ ଜମିର ଆଡଭାନ୍ସ ପୋଜିସନ୍‌କୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତିା ଏ ନେଇ ଜିଲାପାଳଙ୍କ ନିକଟକୁ ଚିଠି ଆସିଥିବା ସୂଚନା ଦିଆଯାଇଥିଲା। କେନ୍ଦ୍ରୀୟ ବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସ ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲର ଏକ କୋଠାରେ ଚାଲିବ ବୋଲି ପୂର୍ବରୁ ରାଜ୍ୟ ସରକାର ଅନୁମତି ଦେଇସାରିଛନ୍ତି ା ଛତ୍ରପୁର ସହରରେ କିଛି ଦିନ ହେଲା ପାଣି ସମସ୍ୟା ଲାଗି ରହିଥିବାରୁ ବୈଠକରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏହି ସମସ୍ୟାର ସମାଧାନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା ା ଛତ୍ରପୁର ହସ୍ପିଟାଲରେ ଡାକ୍ତର ଅଭାବ ଓ ଅନ୍ୟ ସମସ୍ୟା ଉପରେ ମଧ୍ୟ ଆଲୋଚନା ହୋଇଥିଲା ା ରବିବାର ଅଚାନକ ଛତ୍ରପୁର ଓକିଲ ସଂଘର ଏକ ପ୍ରତିନିଧି ଦଳ ହସ୍ପିଟାଲ ପରିଦର୍ଶନରେ ଯାଇଥିବା ବେଳେ ମାତ୍ର ୨ ଜଣ ଡାକ୍ତର ସ୍ବାସ୍ଥ୍ୟ ପରୀକ୍ଷା କରୁଥିବା ବହୁ ରୋଗୀ ଧାଡିରେ ଠିଆ ହୋଇ ହନ୍ତସନ୍ତ ହେଉଥିବା ଦେଖିବାକୁ ପାଇଥିଲେ ା ଡାକ୍ତର ଅଭାବ ଓ ଅନ୍ୟାନ୍ୟ ପ୍ରସଙ୍ଗ ନେଇ ମଙ୍ଗଳବାର ଏକ ପ୍ରତିନିଧି ଦଳ ଜିଲାପାଳଙ୍କୁ ଭେଟି ଆଲୋଚନା କରିବ ବୋଲି ନିଷ୍ପତ୍ତିି ହୋଇଥିଲାା ବୈଠକରେ ଛତ୍ରପୁର ନାଗରିକ କମିଟି ସଭାପତି ଗୋକୁଳ ଚନ୍ଦ୍ର ପଣ୍ଡା, ସମ୍ପାଦକ ସୁଧୀର ସାହୁ, ଓକିଲ ସଂଘ ସଭାପତି କେ. ଶିବରାମ ରେଡ୍ଡୀ, ଓକିଲ ପ୍ରଦୀପ ପାଢୀ, ପୂର୍ବତନ ବିଧାୟକ ଅଶୋକ ଚୌଧୁରୀ, ପୂର୍ବତନ ନଗରପାଳ ରାମଚନ୍ଦ୍ର ବେହେରା, ଫ୍ରପୁଲ୍ଲ ପଟ୍ଟନାୟକ, ବଡବଜାର ବ୍ୟବସାୟୀ ସଂଘ ସଭାପତି ପ୍ରଫୁଲ୍ଲ ସେନାପତି, ମହାଶକ୍ତି ବଣିକ ସଂଘ ସଭାପତି କିଶୋର ଚନ୍ଦ୍ର ସେନାପତି, ରିକାପଲ୍ଲୀ ବ୍ୟବସାୟୀ ସଂଘ ସଭାପତି ଲକ୍ଷ୍ମୀ ନାରାୟଣ ପଣ୍ଡା, ଓକିଲ ବି. ଶ୍ରୀନିବାସଙ୍କ ସମେତ ବିଭିନ୍ନ ସଙ୍ଗଠନର ସଦସ୍ୟମାନେ ଯୋଗଦେଇ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri