Posted inଖେଳ

କେପିଏଲ ମ୍ୟାଚ୍‌ ଫିକ୍ସି: ବେଙ୍ଗାଲୁରୁ ପୋଲିସକୁ ସହାୟତା କରିବ ଆଇସିସି

ବାଙ୍ଗଲୋର,୦୧।୧୨- କର୍ନାଟକ ପ୍ରିମିୟର ଲିଗ୍‌ (କେପିଏଲ)ରେ ବେଟିଂ ଓ ମ୍ୟାଚ୍‌ ଫିକ୍ସିଂ ସ୍କାଣ୍ଡାଲର ତଦନ୍ତ କରୁଥିବା ବେଙ୍ଗାଲୁରୁ ପୋଲିସକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ସମସ୍ତ ପ୍ରକାର ସହଯୋଗ କରିବା ଲାଗି ପ୍ରତିଶ୍ରୁତି ଦେଇଛି। ଆଇସିସି ପକ୍ଷରୁ ମେଲ ଜରିଆରେ ଆମ ତଦନ୍ତ ପ୍ରକ୍ରିୟାରେ ଖୁସି ପ୍ରକଟ କରିଛନ୍ତି ଆଇସିସି ଅଫିସିଆଲ। ତଦନ୍ତ ଜାରି ରଖିଛୁ। ଏହି ମେଲ ଆମ ଧୈର୍ଯ୍ୟକୁ ଦ୍ୱିଗୁଣିତ କରିଛି ବୋଲି ପୋଲିସ କମିଶନର ଭାଷ୍କର ରାଓ କହିଛନ୍ତି। ଜଣେ ସିନିୟର ପୋଲିସ ଅଫିସର କହିଛନ୍ତି, ଆଇସିସି ସହ ଯୋଗାଯୋଗ ହେବା ଦ୍ୱାରା ଆମ କାମ ସହଜ ହୋଇଯାଇଛି। କାରଣ ତଦନ୍ତ ପ୍ରକ୍ରୟାରେ ଆମକୁ ଜାତୀୟ ସ୍ତରୀୟ ଖେଳାଳିଙ୍କୁ ପଚରାଉଚରା କରିବାକୁ ପଡ଼ିବ। ଏଥିନେଇ ବିସିସିଆଇର ଅନୁମତି ଦରକାର। ଏଠାରୁ ଆମେ ସିଧା ଅନୁମତି ପାଇବାକୁ ହେଲେ ବହୁତ ଫର୍ମାଲିଟି ପୂରଣ କରିବାକୁ ପଡ଼ିଥାନ୍ତା। ୨୦୦୦ରେ ଆଇସିସି ଆଣ୍ଟି କରପଶନ ୟୁନିଟ (ଏସିୟୁ)ର ଗଠନ କରିଥିଲା। ଏହା କାର୍ଯ୍ୟ ଖେଳାଳି, ସପୋର୍ଟ ଷ୍ଟାଫ, ବୋର୍ଡ ସଦସ୍ୟଙ୍କ ସହ ବେଟିଂ ଓ ଦୁର୍ନୀତି ଉପରେ କାର୍ଯ୍ୟ କରେ। ଉଲ୍ଲେଖଥାଉ କି, ସେଣ୍ଟ୍ରାଲ କ୍ରାଇମ ବ୍ରାଞ୍ଚ (ସିସିବି) କେପିଏଲ ମ୍ୟାଚ୍‌ ଫ୍ୟାକ୍ସିଂ ସହ ଜଡ଼ିତ ଖେଳାଳି, ସପୋର୍ଟ ଷ୍ଟାଫ ଓ ମାଲିକଙ୍କ ସମେତ ୮ ଜଣଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୨୬ ଟି-୨୦ ବିଶ୍ୱକପ ଭାରତୀୟ ଦଳ: ଏହି ୫ ଖେଳାଳି ଦଳରୁ ପଡିପାରନ୍ତି ବାଦ୍‌, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧୯।୧୨: ୨୦୨୫ ବର୍ଷ ଶେଷ ହେବା ସହିତ, ୨୦୨୬ ଟି୨୦ ବିଶ୍ୱକପ ପାଇଁ ଅପେକ୍ଷା ମଧ୍ୟ କମ ହେବାରେ ଲାଗିଛି। ଆସନ୍ତା ବର୍ଷ ଟି୨୦ ବିଶ୍ୱକପ...

IPL ୨୦୨୬ ନିଲାମ ପରେ ହଠାତ୍‌ ଅଧିନାୟକ ହେଲେ ଭେଙ୍କଟେଶ ଆୟର, ଏହି ଖେଳାଳିଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୧୯।୧୨: IPL ୨୦୨୬ ନିଲାମର କିଛି ଦିନ ପରେ, ଭେଙ୍କଟେଶ ଆୟର ଅଧିନାୟକ ହୋଇଛନ୍ତି। ଏହା ଦେଖାଯାଉଛି ଯେ IPL ୨୦୨୫ ସିଜିନ ଖରାପ ରହିବା...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

୮.୬ କୋଟି ମିଳିବା ପରେ ବଦଳିଗଲା ମନ? IPL ୨୦୨୬ ପାଇଁ ୟୁଟର୍ନ ନେବେ ଜୋଶ ଇଂଲିଶ!

ନୂଆଦିଲ୍ଲୀ,୧୯।୧୨: ଅଷ୍ଟ୍ରେଲିୟ ଉଇକେଟ୍‌କିପର-ବ୍ୟାଟସମ୍ୟାନ ଜୋଶ ଇଂଲିଶଙ୍କୁ ନେଇ IPL ୨୦୨୬ ନିଲାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପଞ୍ଜାବ କିଙ୍ଗସ ଦ୍ୱାରା ମୁକ୍ତ ହେବା ପରେ, ଏହା...

ଖେଳ ଜଗତରେ ଶୋକର ଛାୟା: ବିମାନ ଦୁର୍ଘଟଣାରେ ଚାଲିଗଲା ଏହି ଖେଳାଳିଙ୍କ ଜୀବନ, ସ୍ତ୍ରୀ ପିଲା ବି…

ନୂଆଦିଲ୍ଲୀ,୧୯।୧୨: ରେସିଂ ଜଗତରୁ ଏକ ଦୁଃଖଦ ଖବର ଆସିଛି। ଉତ୍ତର କାରୋଲିନାର ଷ୍ଟେଟସଭିଲ ଆଞ୍ଚଳିକ ବିମାନବନ୍ଦର ନିକଟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ...

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri