Posted inଖେଳ

କେପିଏଲ ମ୍ୟାଚ୍‌ ଫିକ୍ସି: ବେଙ୍ଗାଲୁରୁ ପୋଲିସକୁ ସହାୟତା କରିବ ଆଇସିସି

ବାଙ୍ଗଲୋର,୦୧।୧୨- କର୍ନାଟକ ପ୍ରିମିୟର ଲିଗ୍‌ (କେପିଏଲ)ରେ ବେଟିଂ ଓ ମ୍ୟାଚ୍‌ ଫିକ୍ସିଂ ସ୍କାଣ୍ଡାଲର ତଦନ୍ତ କରୁଥିବା ବେଙ୍ଗାଲୁରୁ ପୋଲିସକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ସମସ୍ତ ପ୍ରକାର ସହଯୋଗ କରିବା ଲାଗି ପ୍ରତିଶ୍ରୁତି ଦେଇଛି। ଆଇସିସି ପକ୍ଷରୁ ମେଲ ଜରିଆରେ ଆମ ତଦନ୍ତ ପ୍ରକ୍ରିୟାରେ ଖୁସି ପ୍ରକଟ କରିଛନ୍ତି ଆଇସିସି ଅଫିସିଆଲ। ତଦନ୍ତ ଜାରି ରଖିଛୁ। ଏହି ମେଲ ଆମ ଧୈର୍ଯ୍ୟକୁ ଦ୍ୱିଗୁଣିତ କରିଛି ବୋଲି ପୋଲିସ କମିଶନର ଭାଷ୍କର ରାଓ କହିଛନ୍ତି। ଜଣେ ସିନିୟର ପୋଲିସ ଅଫିସର କହିଛନ୍ତି, ଆଇସିସି ସହ ଯୋଗାଯୋଗ ହେବା ଦ୍ୱାରା ଆମ କାମ ସହଜ ହୋଇଯାଇଛି। କାରଣ ତଦନ୍ତ ପ୍ରକ୍ରୟାରେ ଆମକୁ ଜାତୀୟ ସ୍ତରୀୟ ଖେଳାଳିଙ୍କୁ ପଚରାଉଚରା କରିବାକୁ ପଡ଼ିବ। ଏଥିନେଇ ବିସିସିଆଇର ଅନୁମତି ଦରକାର। ଏଠାରୁ ଆମେ ସିଧା ଅନୁମତି ପାଇବାକୁ ହେଲେ ବହୁତ ଫର୍ମାଲିଟି ପୂରଣ କରିବାକୁ ପଡ଼ିଥାନ୍ତା। ୨୦୦୦ରେ ଆଇସିସି ଆଣ୍ଟି କରପଶନ ୟୁନିଟ (ଏସିୟୁ)ର ଗଠନ କରିଥିଲା। ଏହା କାର୍ଯ୍ୟ ଖେଳାଳି, ସପୋର୍ଟ ଷ୍ଟାଫ, ବୋର୍ଡ ସଦସ୍ୟଙ୍କ ସହ ବେଟିଂ ଓ ଦୁର୍ନୀତି ଉପରେ କାର୍ଯ୍ୟ କରେ। ଉଲ୍ଲେଖଥାଉ କି, ସେଣ୍ଟ୍ରାଲ କ୍ରାଇମ ବ୍ରାଞ୍ଚ (ସିସିବି) କେପିଏଲ ମ୍ୟାଚ୍‌ ଫ୍ୟାକ୍ସିଂ ସହ ଜଡ଼ିତ ଖେଳାଳି, ସପୋର୍ଟ ଷ୍ଟାଫ ଓ ମାଲିକଙ୍କ ସମେତ ୮ ଜଣଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ICC ପ୍ଲେୟର ଅଫ ଦ ମନ୍ଥ ଆୱାର୍ଡ ଘୋଷଣା: ପୁରୁଷ-ମହିଳା ବର୍ଗରେ ବାଜି ମାରିଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୧୦: ସେପ୍ଟେମ୍ବର ମାସରେ ଭାରତୀୟ କ୍ରିକେଟର୍ସଙ୍କ ଜଲୱା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ‘ପ୍ଲେୟର ଅଫ ଦ ମନ୍ଥ’ ପୁରସ୍କାର ଘୋଷଣା…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?