Posted inଖେଳ

କେପିଏଲ ମ୍ୟାଚ୍‌ ଫିକ୍ସିଂ: ପୂର୍ବତନ ଭାରତୀୟ ପେସରଙ୍କୁ ଡକାଇଲା ସିସିବି

ବେଙ୍ଗାଲୁରୁ,୨୯।୧୧- କର୍ନାଟକ ପ୍ରିମିୟର ଲିଗ୍‌ (କେପିଏଲ)ର ବେଟିଂ ଓ ସ୍ପଟ ଫିକ୍ସିଂ ସ୍କାଣ୍ଡାଲରେ ଜଡ଼ିତ ଥିବା ସନ୍ଦେହରେ ପୂର୍ବତନ ଭାରତୀୟ ପେସର ତଥା କର୍ନାଟକ ରଣଜୀ ଖେଳାଳି ଅଭିମନ୍ୟୁ ମିଥୁନଙ୍କୁ ପଚରାଉଚାର ପାଇଁ ସେଣ୍ଟ୍ରାଲ କ୍ରାଇମ ବ୍ରାଞ୍ଚ (ସିସିବି) ଡକାଇଛି। ଏହି ସ୍କାଣ୍ଡାଲରେ ପଚରାଉଚରା କରାଯାଇଥିବା ଖେଳାଳିଙ୍କ ମଧ୍ୟରେ ମିଥୁନ ପ୍ରଥମ ଅନ୍ତର୍ଜାତୀୟ ଖେଳାଳି। କେପିଏଲରେ ସେ ଗତ ସଂସ୍କରଣରେ ଶିବମୋଗା ଲାୟନ୍ସ ଦଳର ନେତୃତ୍ୱ ନେଇଥିଲେ। ଏହି ଖବରକୁ ସ୍ପଷ୍ଟ କରିଛନ୍ତି ପୋଲିସର ଯୁଗ୍ମ କମିଶନର ସନ୍ଦୀପ ପାଟିଲ। ଆମେ ମିଥୁନଙ୍କୁ ସିସିବିର ସମ୍ମୁଖରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛୁ। ମିଥୁନ ଟିମ୍‌ ଇଣ୍ଡିଆ ପାଇଁ ଉଭୟ ଦିନିକିଆ ଓ ଟେଷ୍ଟ ଫର୍ମାଟରେ ପ୍ରତିନିଧିତ୍ୱ କରିଛନ୍ତି। ଅନ୍ତର୍ଜାତୀୟ ସ୍ତରରେ ୪ ଟେଷ୍ଟ ଓ ୪ ଦିନିକିଆ ଖେଳିଥିବା ପେସରଙ୍କ ସହ ଯୋଗାଯୋଗ କରିବା ନେଇ ସମସ୍ତ ଉଦ୍ୟମ ବିଫଳ ହୋଇଥିଲା। କାରଣ ସେ ସୁରଟଠାରେ ସୟଦ ମୁସ୍ତାକ ଅଲି ଟି୨୦ ଇଭେଣ୍ଟ ଖେଳୁଛନ୍ତି। ତାଙ୍କ ପାଇଁ କିଛି ପ୍ରଶ୍ନ ପ୍ରସ୍ତୁତ କରାଯାଇଥିବା ସିସିବି ଅଫିସର କହିଛନ୍ତି। ଏହି ଫିକ୍ସିଂ ସ୍କାଣ୍ଡାଲରେ ଏପର୍ଯ୍ୟନ୍ତ ଖେଳାଳି, କୋଚ୍‌ ଓ ଅଫିସିଆଲଙ୍କୁ ମିଶାଇ ୮ ଜଣଙ୍କୁ ଗିରଫ କରାଯାଇ ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri