କେବଳ ବାହାରେ ନୁହେଁ, ଘରେ ବି ରଖନ୍ତୁ ସାମାଜିକ ଦୂରତ୍ୱ: ଉନ୍ନୟନ କମିଶନର

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ନିୟନ୍ତ୍ରଣରେ ରହିଛି। ଏବେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରାଯିବା ଆବଶ୍ୟକ। ଇତିମଧ୍ୟରେ ୬୦ ପଜିଟିଭ୍‌ ମାମଲା ସାମ୍ନାକୁ ଆସିଛି। ବର୍ତ୍ତମାନ ପରୀକ୍ଷଣ ସୁବିଧା ବୃଦ୍ଧି ପାଇଛି। ଏବେ ୧୨ଶହରୁ ୧୩ଶହ ଟେଷ୍ଟ କରାଯାଉଛି। ଆଗାମୀ ଦିନରେ ସମସ୍ତ ଜିଲାରେ ଅଧିକ ମାତ୍ରାରେ ପରୀକ୍ଷଣ କରାଯିବ। ବିଶେଷକରି ବସ୍ତିରେ ରହୁଥିବା ଲୋକ, ସ୍ବାସ୍ଥ୍ୟ କର୍ମଚାରୀ, ଗ୍ରୋସରୀ ଦୋକାନୀଙ୍କ ଭଳି ଲୋକମାନେ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଏହାଦ୍ୱାରା ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ସ୍ପଷ୍ଟ ହେବ। ଆଗାମୀ ଦିନରେ ଯଦି ପଜିଟିଭ୍‌ ମାମଲା ନ ବଢ଼େ ତେବେ ଏହା ନିୟନ୍ତ୍ରଣରେ ରହିଥିବେ। ଯେତେ ଶିଘ୍ର ନିରୂପଣ କରାଯିବ ସେତେ ଶିଘ୍ର ଆମେ ଏଥିରୁ ନିଜକୁ ରକ୍ଷା ପାଇପାରିବା। ଓଡ଼ିଶା ସୁବିଧାଜନକ ସ୍ଥିତିରେ ରହିଛି। ହେଲେ ଏହା ଭାବି ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରିବା ଉଚିତ୍‌ ନୁହେଁ। କେବଳ ବାହାରେ ନୁହେଁ, ଘରେ ବି ସାମାଜିକ ଦୂରତ୍ୱ ରଖିବା ଉଚିତ। ବୟସ୍କ ଓ ଛୋଟ ପିଲାଙ୍କୁ ନିଜଠାରୁ ଦୂରରେ ରଖନ୍ତୁ ବୋଲି ଉନ୍ନୟନ କମିଶନର ତଥା ଅତିରକ୍ତ ଶାସନ ସଚିବ ସୁରେଶ ମହାପାତ୍ର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri