କେବିସି ମଞ୍ଚରେ ‘ଦୌଡ଼ରାଣୀ’: ଆଜି ହଟ୍‌ ସିଟ୍‌ରେ ନଜର ଆସିବେ ଦୂତୀ, ହିମା

ମୁମ୍ବାଇ: ଛୋଟ ପରଦାର ଲୋକପ୍ରିୟ ଶୋ’ କୌନ୍‌ ବନେଗା କରୋଡପତି(କେବିସି)ରେ ନଜର ଆସିବେ ଦୌଡ଼ରାଣୀ ଦୂତି ଚାନ୍ଦ ଏବଂ ହିମା ଦାସ। ସୋନି ଚ୍ୟାନେଲର ଆଧିକାରୀକ ଟୁଇଟର ହ୍ୟାଣ୍ଡେଲରେ ଏନେଇ ସୂଚନା ଦିଆଯାଇଛି। ଶୁକ୍ରବାର ପ୍ରସାରିତ ହେବାକୁ ଥିବା କର୍ମବୀର ଏପିସୋଡ୍‌ରେ କ୍ରିକେଟର ସେହଓ୍ବାଗ୍‌ଙ୍କ ସହ ଉଭୟ ନଜର ଆସିବେ। ରିଲିଜ କରାଯାଇଥିବା ପ୍ରୋମୋ ଭିଡିଓରେ ଏହାର କିଛି ଝଲକ ଦେଖିବାକୁ ମିଳୁଛି।

ଓଡ଼ିଶାର ଯାଜପୁର ଜିଲାରେ ଜନ୍ମିତ ଦୂତି ମହିଳାଙ୍କ ୧୦୦ ମିଟର ଦୌଡ଼ରେ ନ୍ୟାଶନାଲ ଚ୍ୟାମ୍ପିୟନ ହୋଇଛନ୍ତି। ଏପରିକି ସେ ସମର୍‌ ଅଲମ୍ପିକ୍ସରେ ୧୦୦ ମିଟର ଦୌଡ଼ ଲାଗି ଯୋଗ୍ୟ ବିବେଚିତ ହୋଇଥିବା ଭାରତର ତୃତୀୟ ମହିଳା। ଖେଳ ବ୍ୟତିତ ଚଳିତ ବର୍ଷ ଦୂତି ନିଜ ବ୍ୟକ୍ତିଗତ ଜୀବନକୁ ନେଇ କରିଥିବା ଖୁଲାସା ଅନେକଙ୍କୁ ଚକିତ କରିଦେଇଥିଲା। ଜଣେ ଖେଳାଳି ହିସାବରେ ଏଲ୍‌ଜିବିଟିକ୍ୟୁ+ କମ୍ୟୁନିଟିର ସଦସ୍ୟ ହେବାର ସେ ପ୍ରଥମ ମହିଳା ପାଲଟିଛନ୍ତି।

ସେହିଭଳି ଆସାମର ହିମା ଢିଙ୍ଗ ଏକ୍ସପ୍ରେସ୍‌ ନାମରେ ପରିଚିତ। ୪୦୦ ମିଟର ଦୌଡ଼ରେ ୫୦.୭୯ ସେକେଣ୍ଡର ରେକର୍ଡ କରିଛନ୍ତି। ୨୦୧୮ ଏସିଆନ୍‌ ଗେମ୍ସରେ ଏଭଳି ରେକର୍ଡ କରିଥିଲେ। ଏହାପରେ ହିମା ଆଇଏଏଏଫ୍‌ ଓ୍ବାଲ୍ଡ ୟୁ୨୦ ଚ୍ୟାମ୍ପିଆନ୍‌ଶିପ୍‌ରେ ସ୍ବର୍ଣ୍ଣ ପଦକ ଜିତିଥିବା ପ୍ରଥମ ମହିଳା ହେଉଛନ୍ତି ହିମା।

କେବସିର ଏପିସୋଡରେ ଦୂତୀ ଏବଂ ହିମା ନିଜର ସଂଘର୍ଷ ଏବଂ ଖେଳ ପାଇଁ ଦେଖିଥିବା ସ୍ବପ୍ନ ବିଷୟରେ କହୁଥିବା ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri