Posted inଖେଳ

କେବୁଲ କାର୍‌ରୁ ଡେଇଁଲେ ଦୁଇ ଭାରତୀୟ ଫୁଟବଲର

ପଣଜୀ,୨୮।୭- ୧୯ ବର୍ଷରୁ କମ୍‌ ଭାରତୀୟ ଦଳର ଦୁଇ ସଦସ୍ୟ ଗୁରୁତର ଆହତ ହେବାରୁ ବର୍ତ୍ତିଯାଇଛନ୍ତି। ତୁର୍କି ଗସ୍ତରେ ଥିବା ଭାରତୀୟ ଦଳ ଶନିବାର ସ୍ଥାନୀୟ କ୍ଲବ ସହ ଏକ ମ୍ୟାଚ୍‌ ଖେଳିବା ପରେ କୋଚ୍‌ ଫ୍ଲଏଡ ପିଣ୍ଟୋ ଖେଳାଳିଙ୍କୁ ଗୋଟିଏ ଦିନ ପାଇଁ ବିଶ୍ରାମ ଦେଇଥିଲେ। ଯୁବ ଖେଳାଳିମାନେ ହୋଟେଲ ନିକଟରେ ଥିବା ପାର୍କରେ ସମୟ ବିତାଇବାକୁ ନିଷ୍ପତ୍ତି ନେଇଥିଲେ। ଦଳୀୟ ସୂତ୍ରରୁ ଜଣାପଡ଼ିଛି, ଦୁଇ ଖେଳାଳିଙ୍କୁ ନେଇ ଯାଉଥିବା କେବୁଲ କାର୍‌ ମଝିରେ ଅଟକି ଯାଇଥିଲା। ଏଥିଯୋଗୁ ସେମାନେ ଭୟଭୀତ ହୋଇ ଡେଇଁଥିଲେ। ଏ ନେଇ ଦଳର ଫିଜିଓଥେରାପିଷ୍ଟ ଏଆଇଏଫ୍‌ଏଫ୍‌ ନିକଟରେ ରିପୋର୍ଟ ଦାଖଲ କରିଛନ୍ତି। ଏଥିରେ ଖେଳାଳି ଆହତ ହୋଇଛନ୍ତି, ହେଲେ କୌଣସି ଚିନ୍ତାଜନକ ବିଷୟ ନୁହେଁ। ଯୁବ ଭାରତୀୟ ଦଳ ଏବେ ୧୯ ବର୍ଷରୁ କମ୍‌ ଏଏଫ୍‌ସି ଚାମ୍ପିୟନଶିପ ପାଇଁ ତୁର୍କିରେ ପ୍ରସ୍ତୁତ ହେଉଛି। ଭାରତ ଏ ପର୍ଯ୍ୟନ୍ତ ତୁର୍କିରେ ଦୁଇଟି ମ୍ୟାଚ୍‌ ଖେଳିଛି। ପ୍ରଥମ ମ୍ୟାଚ୍‌ରେ ଓମାନଠାରୁ ୨-୧ର ପରାଜୟ ବରଣ କରିଛିି। ପରବର୍ତ୍ତୀ ମ୍ୟାଚ୍‌ରେ ଶକ୍ତିଶାଳୀ ଜୋର୍ଡାନକୁ ଭେଟିବାର ଅଛି। ହେଲେ ପ୍ରବଳ ବର୍ଷା ଯୋଗୁ ଅଭ୍ୟାସ ହୋଇ ପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ଯୁଦ୍ଧ ମଧ୍ୟରେ ଭିଡ଼ିଓ ଜାରି କରି ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘ଜୀବିତ ନାହାଁନ୍ତି ଇରାନର ଟପ କମାଣ୍ଡର’

ଓ୍ବାଶିଂଟନ,୫।୪: ମଧ୍ୟପ୍ରାଚ୍ୟରେ ବଢୁଥିବା ସଂଘର୍ଷ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ତେହରାନ ବିରୁଦ୍ଧରେ କରାଯାଇଥିବା ଏକ ବଡ଼ ଆକ୍ରମଣରେ ଇରାନର ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri