Posted inଖେଳ

କେବେଠାରୁ ଟ୍ରେନିଂ ସ୍ପଷ୍ଟ କରାଯାଉ

ନୂଆଦିଲ୍ଲୀ, ୨୨ା୫ (ପି.ଟି.)-କରୋନା ଭାଇରସ୍‌ ପାଇଁ ଲକ୍‌ଡାଉନ୍‌ ସତ୍ତ୍ୱେ ଆଥଲେଟ୍‌୍‌ମାନଙ୍କ ଟ୍ରେନିଂ ଲାଗି ସରକାର ବିନା ଦର୍ଶକରେ ଷ୍ଟାଡିୟମ ଓ ସ୍ପୋଟର୍‌ସ କମ୍ପ୍ଲେକ୍ସ ଖେଳିବାକୁ ଅନୁମତି ଦେଇଛନ୍ତି। ଖେଳାଳିମାନଙ୍କୁ ଏହି ସମୟରେ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ପକ୍ଷରୁ ଜାରି କରାଯାଇଥିବା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜ୍ୟୁୟର (ଏସ୍‌ଓପି)କୁ ମାନି ଚଳିବାକୁ ନିର୍ଦ୍ଦେଶ ରହିଛି। ହେଲେ କେତେବେଳେ ଟ୍ରେନିଂ ଆରମ୍ଭ ହେବ ତାହା ସ୍ପଷ୍ଟ କରାଯାଇ ନାହିଁ। ଏସ୍‌ଓପିରେ ରହିଥିବା ବ୍ୟବସ୍ଥା ଅନୁସାରେ ରିଲେ ଟ୍ରେନିଂ ବେଳେ ବାଟନ ଅଦଳ ବଦଳ ହୋଇପାରିବ ନାହିଁ। ବକ୍ସରମାନେ ରିଙ୍ଗ୍‌ର ସୁବିଧା ନେଇପାରିବେ ନାହିଁ। କେବଳ ସିଙ୍ଗଲ୍ସ ଖେଳାଳିମାନେ ଇନ୍‌ଡୋର ବ୍ୟାଡ୍‌ମିଣ୍ଟନ କୋର୍ଟରେ ଅଭ୍ୟାସ କରିପାରିବେ। ଆଥଲେଟିକ୍ସ, ହକି, ବ୍ୟାଡ୍‌ମିଣ୍ଟନ, ବକ୍ସିଂ ଓ ଶୁଟିଂ ଆଦି ୧୧ ପ୍ରକାର ଖେଳକୁ ଆଉଟ୍‌ଡୋର ଟ୍ରେନିଂ ପାଇଁ ଅନୁମତି ଦିଆଯାଇଛି। ଭାରୋତ୍ତୋଳକ, ତୀରନ୍ଦାଜ, ସାଇକ୍ଲିଷ୍ଟ, ଫେନ୍‌ସର, ରେସ୍‌ଲର ଏବଂ ଟେବୁଲ ଟେନିସ୍‌ ଖେଳାଳି ମଧ୍ୟ ଆବଶ୍ୟକ ସୁରକ୍ଷା ପଦକ୍ଷେପ ସହ ଟ୍ରେନିଂ ଆରମ୍ଭ କରିପାରିବେ। ହେଲେ ସଂକ୍ରମଣ ଆଶଙ୍କା ଯୋଗୁ ସନ୍ତରଣକାରୀଙ୍କୁ ସୁଇମିଂପୁଲ୍‌ ବ୍ୟବହାର ପାଇଁ ଅନୁମତି ମିଳିନି। ଚତୁର୍ଥ ପର୍ଯ୍ୟାୟରେ ଲକ୍‌ଡାଉନ୍‌ ଅବଧିକୁ ମେ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯିବା ପରେ ଗୃହ ମନ୍ତ୍ରଣାଳୟ ସ୍ପୋଟର୍‌ସ କମ୍ପ୍ଲେକ୍ସ ଓ ଷ୍ଟାଡିୟମ ଖୋଲିବାକୁ ଅନୁମତି ଦେବା ପରେ ସାଇ ତରଫରୁ ଏସ୍‌ଓପି ଜାରି କରାଯାଇଥିଲା। ହେଲେ ଟ୍ରେନିଂ କେବେଠାରୁ ଆରମ୍ଭ ହେବ ସେ ସମ୍ପର୍କରେ ସ୍ପଷ୍ଟ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri