Posted inଜାତୀୟ

କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍‌ ମାମଲା: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୭।୫: ଆନ୍ଧ୍ରପ୍ରଦେଶର ବିଶାଖାପଟନମରେ ଏକ କେମିକାଲ ପ୍ଲାଣ୍ଟରେ ଗୁରୁବାର ସକାଳେ ହୋଇଥିବା ଗ୍ୟାସ ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡୀଙ୍କ ସହ କଥା ହୋଇଛନ୍ତି। ଏହାସହ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଓ ନ୍ୟାଶନାଲ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଏନ୍‌ଡିଏମ୍‌ଏ) ଅଧିକାରୀମାନଙ୍କ ସହ ମଧ୍ୟ କଥା ହୋଇଛନ୍ତି। ମୋଦି କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସ୍ଥିତି ଉପରେ ନଜର ରଖିଛି ଯେତେ ସମ୍ଭବ ସାହାଯ୍ୟ ସହଯୋଗ ଯୋଗାଇ ଦିଆଯିବ। ଏହାସହ ପ୍ରଧାନମନ୍ତ୍ରୀ ସମସ୍ତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଭାଇଜାକ ଗସ୍ତ କରି ହସ୍ପିଟାଲରେ ଥିବା ଆହତଙ୍କୁ ଭେଟିବା ସହ ସ୍ଥିତି ପରଖିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଏହି ଗ୍ୟାସ୍‌ ଲିକ୍‌ ଘଟଣାରେ ଏବେ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଓ ୫ ହଜାରରୁ ଊର୍ଦ୍ଧ୍ୱ ଅସୁସ୍ଥ ହୋଇପଡିଛନ୍ତି। ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମଧ୍ୟ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ସମ୍ପାଦନ କରିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri