Posted inଜାତୀୟ

କେରଳ ଘଟଣାର ପୁନରାବୃତ୍ତି: ହାତୀ ପରେ ଗର୍ଭବତୀ ଗାଈକୁ ବିସ୍ଫୋରକ ଖୁଆଇଲେ ଦୁର୍ବୁତ୍ତ !

ବିଳାସପୁର,୬।୬: ଏବେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଏକ ଗର୍ଭବତୀ ଗାଈର ପାଟିରେ ଗଭିର ଆଘାତ ଲାଗିଥିବା ଦେଖାଯାଇଛି। ତେବେ ଗାଈର ମାଲିକ ଗୁରଦିଆଲ ସିଂ କହିଛନ୍ତି କେହି ଦୁର୍ବୁତ୍ତ ତାଙ୍କ ଗର୍ଭିଣୀ ଗାଈକୁ ବିସ୍ଫୋରକ ଖୁଆଇ ଦେବାରୁ ଏହା ତା’ର ପାଟିରେ ଫାଟିଯାଇ ଗାଈଟି ଆହତ ହୋଇଛି। ହିମାଚଳ ପ୍ରଦେଶ ବିଳାସପୁର ଜିଲାର ଝନଦୁତା ଅଞ୍ଚଳର ଏହି ଘଟଣା ବୋଲି କୁହାଯାଉଛି। ଗୁରଦିଆଲ ଏଥିପାଇଁ ତାଙ୍କ ପଡୋଶୀଙ୍କୁ ଦୋଷୀ ବୋଲି କହୁଛନ୍ତି। କାରଣ ଗାଈଟି ପାଟିରେ ବିସ୍ଫୋରକ ଫୁଟିବା ସମୟରେ ପଡୋଶୀ ନନ୍ଦଲାଲ ସେଠାରୁ ଦୌଡି ପଳାଇବାରୁ ସେ ଦୋଷୀ ବୋଲି ଗାଈର ମାଲିକ ଦାବି କରିଛନ୍ତି। ଘଟଣାଟି ୧୦ ଦିନ ତଳର ବୋଲି କୁହାଯାଉଛି। ଆନିମଲ କ୍ରୁଏଲ୍ଟି ଆକ୍ଟ ଅନୁଯାୟୀ ପୋଲିସ ଏ ନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, କେରଳରେ ଏକ ଗର୍ଭବତୀ ହାତୀକୁ ସପୁରୀରେ ବିସ୍ଫୋରକ ଦେଇ ମାରିଦେବା ଖବର ମନରୁ ନ ଲିଭୁଣୁ ପୁଣିଥରେ ମଣିଷର ଆଉ ଏକ କ୍ରୁରତା ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri