କେରଳ ପର୍ଯ୍ୟଟନ ଶିଳ୍ପରେ ଛାଇଲା ମାନ୍ଦାବସ୍ଥା

ତିରୁଭାନନ୍ତପୁରମ୍‌,୧୮-୯: ନିକଟରେ କେରଳର ସର୍ବବୃହତ ପର୍ବ ଓଣମ ପାଳିତ ହୋଇଯାଇଛି। ଏହି ପର୍ବ ପାଳନ ପାଇଁ ରାଜ୍ୟ ସବୁବର୍ଷ ଉତ୍ସବମୁଖର ହୋଇଉଠେ। ସ୍କୁଲ,କଲେଜକୁ ୧୦ ଦିନ ପର୍ଯ୍ୟନ୍ତ ବନ୍ଦ ରଖାଯାଉଥିବା ବେଳେ ବିଭିନ୍ନ ଅଞ୍ଚଳରେ ଆୟୋଜିତ ହୁଏ ନୌକା ଦୌଡ ପ୍ରତିଯୋଗିତା। ଏହାକୁ ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦିପନାର ସହିତ ପାରମ୍ପରିକ ଢ଼ଙ୍ଗରେ ପାଳନ କରାଯାଇଥାଏ। ଦେଶ ବିଦେଶରୁ ପର୍ଯ୍ୟଟକ ଏହାକୁ ଦେଖିବାକୁ ଆସନ୍ତି। କିନ୍ତୁ ଚଳିତବର୍ଷ କେରଳରେ ସବୁକିଛି ଯେମିତି ଫିକା ପଡିଯାଇଥିଲା। ଏଥର ନୌକାଗୁଡ଼ିକ ପାଣିରେ ଦୌଡୁ ନ ଥିଲେ। ବରଂ ନଦୀ କଡ଼ରେ ଛିଡା ହୋଇଥିବାର ଦେଖାଯାଇଥିଲା। ଯେକୌଣସି ବୋଟ୍‌ ମାଲିକଙ୍କୁ ପଚାରିଲେ ମାନ୍ଦାବସ୍ଥାକୁ ସମସ୍ତଙ୍କର ଗୋଟିଏ ମତ ‘ବ୍ୟବସାୟ ବୁଡିଯାଉଛି। ଲାଭ କମୁଛି ଏବଂ ପ୍ରତ୍ୟେକେ ଋଣରେ ବୁଡ଼ିଗଲେଣି।’ଚଳିତବର୍ଷ କେରଳ ପର୍ଯ୍ୟଟନ ଶିଳ୍ପରେ କିଭଳି ମାନ୍ଦାବସ୍ଥାର ମାଡ଼ ବାଜିଛି, ଏହା ହେଉଛି ତା’ର ସ୍ପଷ୍ଟ ଚିତ୍ର।
ଜଣେ ବୋଟ୍‌ ମାଲିକ ସୁବିନଙ୍କ ମତରେ ଦୁଇବର୍ଷ ପୂର୍ବେ କେରଳରେ ଦେଖା ଦେଇଥିବା ଭୟଙ୍କର ବନ୍ୟା ଯୋଗୁ ବୋଟ ଓ ପର୍ଯ୍ୟଟନ ଶିଳ୍ପ ସମ୍ପୂଣ୍ଣର୍ର୍ ଭାବେ ପ୍ରଭାବିତ ହୋଇଥିଲା। ମାସ ଭିତରେ ପୁଣିଥରେ ମୁଣ୍ଡଟେକି ଛିଡା ହେଲା ବେଳକୁ ସରକାର ଦେଶରେ ଜିଏସ୍‌ଟି ଲାଗୁ କରିଦେଲେ। ଫଳରେ ଡଙ୍ଗା ତିଆରି ଖର୍ଚ୍ଚ ବଢ଼ିଗଲା। ମାନ୍ଦାବସ୍ଥା କାରଣରୁ ଏବେ ନୂଆ ଡଙ୍ଗା ତିଆରି କରିବା ଲାଗି କାହା ନିକଟରେ ଅର୍ଥ ନାହିଁ। ବନ୍ୟା ପରେ ମାନ୍ଦାବସ୍ଥା କାରଣରୁ ପର୍ଯ୍ୟଟକ ଆଉ କେରଳ ମୁହା ହେଉନାହାନ୍ତି। ଏବେ ଦିନକୁ ଦିନ ପର୍ଯ୍ୟଟକଙ୍କ ସଂଖ୍ୟା କମିବାରେ ଲାଗିଛି। ଆୟ ନାହି କହିଲେ ଚଳେ। ଏହି କାରଣରୁ କର୍ମଚାରୀଙ୍କୁ ବାନ୍ଧି ରଖିବା ଡଙ୍ଗା ମାଲିକଙ୍କ ପକ୍ଷେ କଷ୍ଟକର ହୋଇପଡିଛି। ଦେଖିବାକୁ ଗଲେ କେରଳ ପର୍ଯ୍ୟଟନ ଶିଳ୍ପ ସହ ଜଡ଼ିତ ପ୍ରତ୍ୟେକ ବ୍ୟକ୍ତି ମାନ୍ଦାବସ୍ଥା କାରଣରୁ ଏବେ ପ୍ରଭାବିତ ବୋଲି ସେ କହିଛନ୍ତି।
ଜଣେ ବୋଟ୍‌ ମାଲିକ ସୁବିନଙ୍କ ମତରେ ୫ ବର୍ଷ ପୂର୍ବେ ଗୋଟିଏ ହାଉସ ବୋଟ୍‌ ତିଆରି କରିବାରେ ପ୍ରାୟ ୧୦ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଥିଲା। ଏବେ ଏଥିପାଇଁ ପ୍ରାୟ ୨୦ ଲକ୍ଷ ଟଙ୍କା ଲାଗୁଛି। ଘର, ଜମି ବନ୍ଧା ରଖି ସେ ଡଙ୍ଗା ତିଆରି କରିଛନ୍ତି। ମାନ୍ଦାବସ୍ଥା କାରଣରୁ ପର୍ଯ୍ୟଟକ ଆସୁ ନ ଥିବାରୁ ଋଣ ପରିଶୋଧ ନେଇ ସେ ଚିନ୍ତିତ ଥିବା କହିଛନ୍ତି।
ସେହିପରି ଆୟ କମିଯିବା କାରଣରୁ ଏବେ ହାଉସ ବୋଟ୍‌ ମାଲିକ ଷ୍ଟାଫ୍‌ଙ୍କୁ ମାସିକ ଦରମାରେ ନିଯୁକ୍ତି ଦେଇପାରୁନାହାନ୍ତି। ୧୦ବର୍ଷ ପୂର୍ବେ ହାଉସବୋଟ୍‌ରେ କାମ କରୁଥିବା ଅନୀଷ ମାସକୁ ୨୦ ହଜାର ଟଙ୍କା ଦରମା ପାଉଥିଲେ। ଏବେ ତାଙ୍କୁ ଦୈନିକ ୭୦୦ ଟଙ୍କା ମଜୁରୀରେ କାମ କରିବାକୁ ପଡ଼ୁଛି। ପୂର୍ବେ ଗୋଟିଏ ହାଉସ ବୋଟ୍‌ ନଦୀରେ ୨୨ଥର ଚକ୍କର ମାରୁଥିଲା। ଏବେ ମାସକୁ ୩/୪ଥର ଚକ୍କର ମାରିବା କଷ୍ଟକର ହୋଇପଡିଛି। ଅନୀଷଙ୍କ କହିବାନୁଯାୟୀ, ଗତ ୫ ଦିନ ହେବ ତାଙ୍କ ନିକଟରେ କୌଣସି କାମ ନାହିଁ। କାମ ପାଇବା ଲାଗି ଘର ଛାଡ଼ି ବାହାରକୁ ଯିବା ସ୍ଥିତିରେ ମଧ୍ୟ ସେ ନାହାନ୍ତି। ଏଭଳି ସ୍ଥିତିରେ ତାଙ୍କ ଉପରେ ଭାରି ଉପରେ ଋଣ ବୋଝ। ବାଧ୍ୟ ହୋଇ ସେ ତାଙ୍କ ସ୍ତ୍ରୀଙ୍କ ସୁନା ଗହଣା ବିକ୍ରି କରିଛନ୍ତି। ଇଂଲିଶ୍‌ ମିଡିୟମରେ ପଢ଼ୁଥିବା ପିଲାଙ୍କୁ ଏବେ ସେ ସରକାରୀ ସ୍କୁଲ୍‌ରେ ପଢ଼ାଇବାକୁ ନିଷ୍ପତ୍ତି ନେଇଥିବା ଅନୀଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri