କେରଳରୁ ଫେରିଲେ ୧୪ ଶ୍ରମିକ

ପାଟଣା,୮ା୫(ସ୍ବ.ପ୍ର.): କେରଳରେ ରହି କାମ କରୁଥିବା ୧୪ ଜଣ ଓଡ଼ିଆ ଶୁକ୍ରବାର କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପହଞ୍ଚିଛନ୍ତି। ଏହି ଶ୍ରମିକମାନେ କେରଳର ଆଟାପାଟୁଠାରେ ଏକ ନର୍ସରୀରେ କାମ କରୁଥିଲେ। ଏକ ସ୍ବତନ୍ତ୍ର ଟ୍ରେନରେ ଆସି ଗୁରୁବାର ଭୁବନେଶ୍ୱରରେ ପହଞ୍ଚିବା ପରେ ବସ୍‌ ଯୋଗେ ପାଟଣାକୁ ଆସିଛନ୍ତି। ପାଟଣା ମୁଖ୍ୟାଳୟସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖୋଲା ଯାଇଥିବା ଫିବର କ୍ଲିନିକରେ ସମସ୍ତଙ୍କର ସ୍ଥାସ୍ଥ୍ୟ ପରୀକ୍ଷା ପରେ ନିଜ ନିଜ ପଞ୍ଚାୟତରେ ଖୋଲା ଯାଇଥିବା କ୍ୱାରାଣ୍ଟାଆଇନ କେନ୍ଦ୍ରକୁ ପଠା ଯାଇଥିବା ବିଡ଼ିଓ ଈଶ୍ୱର ଚନ୍ଦ୍ର ନାଏକ, ଥାନାଧିକାରୀ ସନ୍ଧ୍ୟାରାଣୀ ଜେନା ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ସୁପ୍ରକାଶ ଶତପଥୀ ପ୍ରକାଶ କରିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ପାଟଣା ଅଞ୍ଚଳକୁ ଫେରିଥିବା ଏହି ୧୪ ଜଣ ପ୍ରବାସୀ ପୁରୁଷ ଶ୍ରମିକଙ୍କ ମଧ୍ୟରୁ କେନ୍ଦେଇପଶି ପଞ୍ଚାୟତକୁ ୮ ଜଣ, ଖିରେଇଟାଙ୍ଗିରି ପଞ୍ଚାୟତକୁ ୪ ଜଣ, ମୁଷାଖୋରୀ ପଞ୍ଚାୟତକୁ ଜଣେ ଓ ସାହାରପଡା ବ୍ଲକକୁ ଜଣେ ଫେରିଛନ୍ତି। ୩ଦିନ ତଳେ ସୁରଟ ଫେରନ୍ତା ୩ ଶ୍ରମିକଙ୍କୁ ମୁଖ୍ୟାଳୟ ସ୍ଥିତ ପାଟଣା ମହାବିଦ୍ୟାଳୟରେ କରାଯାଇଥିବା ଆଇସୋଲେଶନ ସେଣ୍ଟରରେ ରଖା ଯାଇଛି। ସମସ୍ତଙ୍କର ସ୍ବାବ ଟେଷ୍ଟ ପାଇଁ କଟକ ବଡ଼ ଡାକ୍ତରଖାନା ପଠାଯାଇଛି। ଏମାନଙ୍କ ମଧ୍ୟରୁ ଜଣଙ୍କୁ ଥଣ୍ଡା କାଶ ହେଉଥିବାରୁ ସ୍ଥାନୀୟ ଅଞ୍ଚଳବାସୀ ଭୟଭୀତ ହୋଇ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri