Posted inଜାତୀୟ

କେରଳରେ ପ୍ରଥମ ନିପା ଭାଇରସ୍‌ ରୋଗୀ ଚିହ୍ନଟ

କୋଚି,୪।୬: କେରଳରେ ପୁଣି ଥରେ ପାଦ ଦେଇଛି ନିପା ଭାଇରସ୍‌। କେରଳ ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା ଏହି ସୂଚନା ଦେଇଛନ୍ତି। ୨୩ ବର୍ଷୀୟ ଜଣେ ଛାତ୍ର ଏହି ନିପା ଭାଇରସ୍‌ରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେବେ ସୋସିଆଲ ମିଡିଆ ମାଧ୍ୟମରେ ଏହି ରୋଗକୁ ନେଇ କେହି କୌଣସି ଭୟଭିତ କଲା ଭଳି ବାର୍ତ୍ତା ଶେୟାର ନ କରିବାକୁ ସ୍ବାସ୍ଥ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏହାକୁ ସାମ୍ନା କରିବାକୁ ଆବଶ୍ୟକ ଔଷଧ ଉପଲବ୍ଧ ହେବା ସହ ଏର୍ନାକୁଲମ ମେଡିକାଲ କଲେଜରେ ଏକ ସ୍ବତନ୍ତ୍ର ଓ୍ବାର୍ଡ ଖୋଲାଯାଇଥିବା କଥା ମଧ୍ୟ ସେ କହିଛନ୍ତି। ତେବେ ଆକ୍ରାନ୍ତ ଛାତ୍ରଙ୍କ ସଂସ୍ପର୍ଶରେ ଆସିଥିବା ସେମାନଙ୍କ ପରିଜନର ପ୍ରାୟ ୮୫ ଜଣଙ୍କ ଉପରେ ସ୍ବାସ୍ଥ୍ୟ ବିଭାଗ ନଜର ରଖିଛି। ସୂଚନାଯୋଗ୍ୟ, ଗତବର୍ଷ କେରଳରେ ନିପା ଭାଇରସ୍‌ରେ ଆକ୍ରାନ୍ତ ହୋଇ ପାଖାପାଖି ୧୭ ଜଣଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri