କେସିଙ୍ଗା ଅନ୍ନପୂର୍ଣ୍ଣା ରାଇସ୍‌ମିଲରେ ୪୦ ଫୁଟ୍‌ ଉପରୁ ଖସିପଡ଼ି ଶ୍ରମିକ ମୃତ

କେସିଙ୍ଗା,୧୭।୩: କଳାହାଣ୍ଡି ଜିଲା କେସିଙ୍ଗା ଥାନା ଉତକେଲା ଫାଣ୍ଡି ଅନ୍ତର୍ଗତ ଅନ୍ନପୂର୍ଣ୍ଣା ରାଇସ୍‌ ମିଲ୍‌ରେ ଦୁର୍ଘଟଣା ଘଟି ସୋମବାର ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତ ଶ୍ରମିକ ହେଲେ ଉତକେଲା ପଞ୍ଚାୟତ କାଦୋପଡା ଗାଁର ସ୍ବର୍ଗତ କାଳିଆ ମେହେର ଙ୍କ ପୁଅ କହ୍ନେଇ ମେହେର(୨୩)। ପୋଲିସ ଖବରପାଇ ମୃତଦେହ ଜବତ କରିବା ସହ ଥାନାରେ ମାମଲା ନଂ(୬୧/୨୦) ରୁଜୁ କରି ତଦନ୍ତ ଜାରି ରଖିଥିବା ଆଇଆଇସି ଅଶୋକ କୁମାର ମହାପାତ୍ର ମଙ୍ଗଳବାର ପ୍ରକାଶ କରିଛନ୍ତି।

ଖବରରୁ ପ୍ରକାଶ, କହ୍ନେଇ ସମ୍ପୃକ୍ତ ରାଇସ ମିଲ୍‌ରେ ଦୀର୍ଘ ବର୍ଷ ଧରି ଶ୍ରମିକ ଭାବେ କାମ କରି ଆସୁଥିଲେ। ସୋମବାର ମିଲ୍‌ରେ କାମ କରୁଥିବା ସମୟରେ ପ୍ରାୟ ୪୦ ଫୁଟ ଉପରୁ ସେ ପଡି ଯାଇଥିଲେ। ସେଠାରେ ଉପସ୍ଥିତ ଅନ୍ୟ ଶ୍ରମିକମାନେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରିବା ସହ ଶ୍ରମିକମାନେ ମାଲିକଙ୍କୁ ଖବର ଦେଇଥିଲେ। ମାଲିକଙ୍କ ନିର୍ଦ୍ଦେଶପରେ ତାଙ୍କୁ ଚିକିତ୍ସା ପାଇଁ ଉତକେଲା ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିଲା।ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଖବର ପାଇ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କେସିଙ୍ଗା ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ପାଠାଇଥିଲା। ଏହାପରେ

ମଙ୍ଗଳବାର ପରିବାର ବର୍ଗଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି। ଅପରପକ୍ଷେ ମୃତ କହ୍ନେଇ ପରିବାରର ଏକମାତ୍ର ରୋଜଗାର କରୁଥିବା ବ୍ୟକ୍ତି ଥିଲେ। ତାଙ୍କ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ସେ ରୋଜଗାର କରି ଦୁଇ ଭଉଣୀ ଏବଂ ବିଧବା ମା’ଙ୍କ ପେଟ ପୋଷୁଥିଲେ। ଏବେ ତାଙ୍କର ମୃତ୍ୟୁ ପରିବାର ଉପରେ ବଜ୍ରପାତ ସଦୃଶ ହୋଇଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ସେ ଗରିବ ଶ୍ରେଣୀୟ ହୋଇଥିବାରୁ ତାଙ୍କୁ କ୍ଷତିପୂରଣ ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri