Posted inଖେଳ

କୋ ଆଇଏଏଏଫ୍‌ ମୁଖ୍ୟ ଭାବେ ପୁନଃ ନିର୍ବାଚତ

ଦୋହା,୨୬।୯(ଏଏଫ୍‌ପି)- ବ୍ରିଟେନର ବରିଷ୍ଠ କ୍ରୀଡ଼ା ପ୍ରଶାସକ ସେବାଷ୍ଟିଆନ କୋ ବିନା ପ୍ରତିଦ୍ୱନ୍ଦ୍ୱିତାରେ ବୁଧବାର ଅନ୍ତର୍ଜାତୀୟ ଆସୋସିଏଶନ ଅଫ୍‌ ଆଥଲେଟିକ୍ସ ଫେଡେରେଶନ (ଆଇଏଏଏଫ୍‌)ର ଅଧ୍ୟକ୍ଷ ଭାବେ ପୁନଃ ନିର୍ବାଚତ ହୋଇଛନ୍ତି। ପୂର୍ବତନ ଅଲିମ୍ପିକ ଓ ବିଶ୍ୱ ଚାମ୍ପିୟନ ମିଡ୍‌ ଡିଷ୍ଟାନ୍ସ ରନର ୬୨ ବର୍ଷୀୟ କୋ ପୂର୍ବରୁ ୨୦୧୫ରେ ମଧ୍ୟ ବିଶ୍ୱ ଆଥଲେଟିକ୍ସର ଏହି ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥାର ମୁଖ୍ୟ ଭାବେ ନିର୍ବାଚିତ ହୋଇଥିଲେ। ଆଉ ଦୁଇ ଦିନ ପରେ ଏଠାରେ ବିଶ୍ୱ ଆଥଲେଟିକ ଚାମ୍ପିୟନଶିପ୍‌ ଆରମ୍ଭ ହେବାକୁ ଯାଉଥିବା ବେଳେ ମତଦାନରେ ବିପୁଳ ବିଜୟ ହାସଲ କରି ସେ ପୁଣି ଥରେ ଏହି ହାଇପ୍ରୋଫାଇଲ ପଦକୁ ନିର୍ବାଚିତ ହୋଇଛନ୍ତି। ଏ ନେଇ ହୋଇଥିବା ମତଦାନରେ ସେ ୨୦୩ ଖଣ୍ଡ ଭୋଟ ପାଇଥିଲେ। ବୁଧବାର ଏଠାରେ ହୋଇଥିବା ଆଇଏଏଏଫ୍‌ର କଂଗ୍ରେସରେ ମତଦାନ ହୋଇଥିଲା। ନିଜର ପ୍ରଥମ କାର୍ଯ୍ୟକାଳରେ କୋ ଆଥଲେଟିକ୍ସର ଉନ୍ନତି ପାଇଁ ବହୁ କାର୍ଯ୍ୟ କରିଛନ୍ତି। ସେ ଏକ ସ୍ବାଧୀନ ଆଥଲେଟିକ୍ସ ଇଣ୍ଟିଗ୍ରିଟି ୟୁନିଟ୍‌ ଗଠନ କରିଥିଲେ। ଏହା କ୍ରୀଡ଼ାରେ ଦୁର୍ନୀତି ତଥା ନିଶା ନିବାରଣ ପାଇଁ ଜାଗ୍ରତ ପ୍ରହରୀ ଭାବେ ସଫଳତାର ସହ କାର୍ଯ୍ୟ କରିଥିଲା। ରୁଷିଆରେ ହୋଇଥିବା ଡୋପିଂ ମାମଲାକୁ ସେ ସଫଳତାର ସହ ନିୟନ୍ତ୍ରଣକୁ ଆଣିବାକୁ ପ୍ରୟାସ କରି ସଫଳ ହୋଇଥିଲେ। ଡୋପିଂ ପାଇଁ ରୁଷିଆକୁ ୨୦୧୫ ନଭେମ୍ବରରେ ବାସନ୍ଦ କରିବା ନେଇ ତାଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ଉଲ୍ଲେଖଥାଉ କି, ଜଣେ ମିଡ୍‌ ଡିଷ୍ଟାନ୍ସ ରନର ଭାବେ କୋ ୪ଟି ଅଲିମ୍ପିକ ପଦକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri