କୋଇଡ଼ା ଅଞ୍ଚଳରେ ବାର୍ଡ ଫ୍ଲୁ ଆତଙ୍କ: ରକ୍ତ ନମୁନା ସଂଗ୍ରହ

ବଣାଇଁ,୧୦।୨(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର କୋଇଡ଼ା ଅଞ୍ଚଳରେ ବାର୍ଡ ଫ୍ଲୁ ଆତଙ୍କ ଦେଖାଦେଇଛି l ଗତ ୨୪ ଘଣ୍ଟା ମଧ୍ୟରେ କୋଇଡ଼ାର ଧୋବଲାବେଡା ଓ କୋଇଡ଼ାଠାରେ କିଛି କାଉ ଓ କୁକୁଡ଼ା ମରି ପଡିବା ଏବଂ ଆଉ କିଛି ଛଟପଟ ହେବା ଦେଖି ଲୋକେ ପ୍ରାଣୀଧନ ବିଭାଗକୁ ଜଣାଇଥିଲେ। ବିଭାଗ ପକ୍ଷରୁ ଦୁଇଜଣିଆ ଟିମ୍‌ ଡ. ନୀଳମାଧବ ସାହୁ ଏବଂ ପ୍ରାଣୀଧନ ନିରୀକ୍ଷକ ରାକେଶ କୁମାର ପ୍ରଧାନ ମୃତ କାଉ ଓ କୁକୁଡ଼ା ବ୍ୟବଚ୍ଛେଦ କରିଛନ୍ତି। ପରେ ନମୁନା ସଂଗ୍ରହ କରିବା ସହ କୋଇଡ଼ା ସହରରେ ଥିବା ୫ଟି କୁକୁଡା ଦୋକାନରୁ ମଧ୍ୟ ରକ୍ତ ସଂଗ୍ରହ କରି ପରୀକ୍ଷା ନିମନ୍ତେ କଟକ ପଠାଇଛନ୍ତି। ଯଦି ରିପୋର୍ଟ ପଜିଟିଭ ଆସେ ତେବେ ତୁରନ୍ତ କୁକୁଡାମରା ଅଭିଯାନ ଆରମ୍ଭ ହେବ ବୋଲି ପ୍ରାଣୀଧନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଶବ୍ଦ ପଛର ସତ୍ୟ

ଆମେ ସାଧାରଣତଃ ଧରିନେଉ ଯେ ଲୋକେ ଯାହା କହନ୍ତି, ସେହି ଅର୍ଥରେ ହିଁ କହନ୍ତି। କିନ୍ତୁ ବାସ୍ତବ ଜୀବନରେ ଅନେକ ସମୟରେ ଶବ୍ଦ ଓ ଉଦ୍ଦେଶ୍ୟ ମଧ୍ୟରେ…

ନକଲ ପାଇଁ ଅକଲ ଦରକାର

ମଣିଷ ଏକ ସାମାଜିକ ପ୍ରାଣୀ ଏବଂ ଅନୁକରଣ କରିବା ତା’ର ଜନ୍ମଗତ ପ୍ରବୃତ୍ତି। ଶିଶୁଟିଏ ଜନ୍ମ ହେବା ପରେ ନିଜ ପରିବାର ଓ ଆଖପାଖର ଲୋକଙ୍କୁ ଦେଖି…

ନିଷ୍ପ୍ରୟୋଜନ ପ୍ରୟାସ

ଅନେକ ପୁରାତନ ପୁସ୍ତକ, ପୁରାଣ ସାହିତ୍ୟ ତଥା ବହୁ ବରେଣ୍ୟ ସାଧକଙ୍କ କୃତିକୁ ସମ୍ପାଦନା, ଗବେଷଣା, ତ୍ରୁଟି ସଂଶୋଧନ, ଭ୍ରମ ଦୂରୀକରଣ ନାମରେ ନୂତନ ରୂପ ଦେଇ…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ BCCI ଗ୍ରହଣ କଲା ବଡ଼ କାର୍ଯ୍ୟାନୁଷ୍ଠାନ!

ନୂଆଦିଲ୍ଲୀ,୩।୮: ଆସାମ ଏବଂ ରେଳବାଇର ପୂର୍ବତନ କ୍ରିକେଟର ଶୁଭଦୀପ ଘୋଷଙ୍କୁ ଭାରତୀୟ ପୁରୁଷ କ୍ରିକେଟ ଦଳର ଫିଲ୍ଡିଂ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରାଯିବାକୁ ସ୍ଥିର ହୋଇଛି। ଜିମ୍ବାୱେ…

ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ…

ସମ୍ମାନିତ ହେଲେ ଓଡ଼ିଆ ପୁଅ ଯୁବ କବି ସୁନୀଲ, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୩।୮(ବିଦ୍ୟାଧର ସାହୁ ): ସାହିତ୍ୟ ସଂସଦ , ମାଲକାନଗିରି ଓଡ଼ିଶାର ସପ୍ତମ ପ୍ରତିଷ୍ଠା ଦିବସ ବ୍ରହ୍ମପୁର ସ୍ଥିତ ଗୋପାଳ କୃଷ୍ଣ ରଙ୍ଗ ମଞ୍ଚ, ଗୋସାଣୀ ନୂଆଁ ଗାଁ…

କରେଣ୍ଟ କଟିଲେ ଠପ ହୋଇଯାଉଛି ମୋବାଇଲ ସେବା

କେସିଙ୍ଗା,୩।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ଥିବା ଜିଓ ଟାୱାର ବିଦ୍ୟୁତ ଚାଲିଗଲେ ଠପ ହୋଇଯାଉଛି । ଯାହାଦ୍ୱାରା ମୋବାଇଲ ସେବା…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ଫାର୍ମାସିଷ୍ଟଙ୍କ ସାହସକୁ ଚାରିଆଡୁ ପ୍ରଶଂସା

ଗୁଣପୁର,୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯଶୋବନ୍ତ ନାୟକ ମହାନତା ଦେଖାଇ ଜଣେ ପ୍ରସୂତିଙ୍କ ସହ ଶିଶୁକନ୍ୟାର ଜୀବନ ବଞ୍ଚାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri