କୋଇଲା ବୋଝେଇ ଟ୍ରକ୍‌ ସହ ସ୍କୁଟି ମୁହାଁମୁହିଁ : ୨ ଗୁରୁତର

ନିଶ୍ଚିନ୍ତକୋଇଲି,୨୨।୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା କଟିକଟା ବଜାରରେ ବୁଧବାର ସକାଳେ ଦୁର୍ଘଟଣା ଘଟିଛି। ଏକ କୋଇଲା ବୋଝେଇ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେବା ଫଳରେ ସ୍କୁଟି ଚାଳକଙ୍କ ସମେତ ତାଙ୍କ ଭାଇ ଗୁରୁତର ହୋଇଛନ୍ତି। ଗୁରୁତର ହେଲେ କଟିକଟା ପଞ୍ଚାୟତ ବ୍ରଜରାଜପାଟଣା ଗ୍ରାମର ଦୋଳଗୋବିନ୍ଦ ସାହୁଙ୍କ ପୁଅ ଅଂଶୁମାନ(୧୮) ଓ ତାଙ୍କ ଭାଇ ଅମ୍ରିତ୍‌(୧୫)। ଗୁରୁତର ଅବସ୍ଥାରେ ଉଭୟଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ସୂଚନାଯୋଗ୍ୟ, ସକାଳେ ଅଂଶୁମାନ ଓ ଅମ୍ରିତ୍‌ କଟିକଟା ବଜାରକୁ ଔଷଧ ନେବାକୁ ଆସୁଥିବା ବେଳେ କଟକରୁ କେନ୍ଦ୍ରାପଡ଼ା ଅଭିମୁଖେ ଯାଉଥିବା ଏକ କୋଇଲା ବୋଝେଇ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରାଯାଇ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରୁ ଉଭୟଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍‌ ଡ୍ରାଇଭରଙ୍କୁ ଗିରଫ କରିବା ସହ ଟ୍ରକ୍‌ ଓ ସ୍କୁଟିକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri