ଭୁବନେଶ୍ୱର, ୩।୬(ବ୍ୟୁରୋ): କରୋନା ମହାମାରୀ ଲକ୍ଡାଉନ୍ ଯୋଗୁ ୩ମାସ ହେଲା ଟ୍ୟୁଶନ ଓ କୋଚିଂସେଣ୍ଟର ବନ୍ଦ ରହିଛି। ଏହା ଛାତ୍ରୀଛାତ୍ରଙ୍କ ଶିକ୍ଷାର ବିକାଶ ଉପରେ ଘୋର ପ୍ରଭାବ ପକାଇଛି। ସେହିପରି କୋଚିଂ ସେଣ୍ଟର ବନ୍ଦ ଯୋଗୁ ଏହାର ମାଲିକମାନେ ଘର ଭଡ଼ା ଓ କାର୍ଯ୍ୟରତ ଶିକ୍ଷକ, କର୍ମଚାରୀଙ୍କୁ ବେତନ ଦେଇ ହତାଶ ହୋଇଗଲେଣି। ଏହାର ସାମାଧାନ ପାଇଁ ସରକାର ୭ଦିନ ମଧ୍ୟରେ କୋଚିଂ ସେଣ୍ଟରଗୁଡ଼ିକୁ ସର୍ତ୍ତମୂଳକ ଖୋଲିବାକୁ ପ୍ରଦାନ କରନ୍ତୁ ବୋଲି ଓଡ଼ିଶା କୋଚିଂ ଏଣ୍ଡ୍ ଟ୍ରେନିଂ ଏକାଡେମିକ୍ ଆସୋସିଏଶନ୍ ଦାବି କରିଛି। ଯଦି ସରକାର ଏଦିଗରେ ପଦକ୍ଷେପ ନ ନିଅନ୍ତି ତେବେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ଘରୋଇ ଶିକ୍ଷକମାନେ ଚେତାବନୀ ଦେଇଛନ୍ତି। ମଙ୍ଗଳବାର ଆସୋସିଏଶନ ପକ୍ଷରୁ ଖବରଦାତା ସମ୍ମିଳନୀରେ ଏହି ସୂଚନା ପ୍ରଦାନ କରାଯାଇଛି। ଆସୋସିଏଶନ ପକ୍ଷରୁ କୁହାଯାଇଛି ଯେ, ବିଭିନ୍ନ ସ୍କୁଲରେ ଶିକ୍ଷା ଗ୍ରହଣ କଲେ ମଧ୍ୟ ଛାତ୍ରୀଛାତ୍ର ଟ୍ୟୁଶନ୍ ଓ କୋଚିଂ ସେଣ୍ଟର ଉପରେ ନିର୍ଭର କରିଥାନ୍ତି। ଏବେ କୋଚିଂ ସେଣ୍ଟର ବନ୍ଦ ଯୋଗୁ ଘର ଭଡ଼ା ଦେବା ସମସ୍ୟା ହୋଇଛି। ଘର ଭଡ଼ା ବ୍ୟବସ୍ଥା କରିବା ସହ କୋଚିଂ ସେଣ୍ଟରଗୁଡ଼ିକ ଖୋଲିବା ପାଇଁ ଅନୁମତି ପ୍ରଦାନ କରାଯିବାକୁ ନିବେଦନ କରାଯାଇଛି। ସାମଜିକ ଦୂରତା ଅବଲମ୍ବନରେ ଶ୍ରେଣୀ ଗୃହ, ୧୫ଜଣ ଛାତ୍ରରେ ଶିକ୍ଷାଦାନ ଓ ଶତକଡ଼ା ୩୦ ଛାତ୍ରରେ ଛାତ୍ରାବାସ ଖୋଲିବା ପାଇଁ ଅନୁମତି ଦେବାକୁ ଦାବି କରାଯାଇଛି। ଆଗାମୀ ଦିନରେ ଆନ୍ଦୋଳନ ହେଲେ ରାଜ୍ୟ ସରକାର ଦାୟୀ ରହିବେ ବୋଲି ଆସୋସିଏଶନର ସଭାପତି ପ୍ରସନ୍ନ କୁମାର ଚୌଧୁରୀ କହିଛନ୍ତି। ଏହି ସମ୍ମିଳନୀରେ ଆସୋସିଏଶନ ସମ୍ପାଦକ ପ୍ରଭାତ ତ୍ରିପାଠୀ, ଉପଦେଷ୍ଟା ବିଶ୍ୱରଞ୍ଜନ ଦାସ ଉପସ୍ଥିତ ଥିଲେ।
କୋଚିଂ ସେଣ୍ଟର ଖୋଲିବାକୁ ସର୍ତ୍ତମୂଳକ ଅନୁମତି ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଘରୋଇ ଶିକ୍ଷକ
Posted inଆମ ଜିଲା ଖବର, ମେଟ୍ରୋ View All
ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…
ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…
ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍
ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…
ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ
ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…
ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ
ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…
ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…
ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…
ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ
ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…
ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ
ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…
ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ
ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…
Archives

