Posted inରାଜ୍ୟ

କୋଟଗଡ଼ ଗ୍ରାମରେ ଖଟ ବୁଲିବା ଘଟଣା: ଗିରଫ ହେଲେ ଗୁଣିଆ

ନୟାଗଡ଼ ଅଫିସ,୨୭।୬: ନୟାଗଡ଼ ଜିଲା ରଣପୁର ଥାନା କୋଟଗଡ଼ ଗ୍ରାମରେ ଖଟ ବୁଲିବା ଘଟଣାରେ ବୁଧବାର ପୋଲିସ ସମ୍ପୃକ୍ତ ଗୁଣିଆଙ୍କୁ ଗିରଫ କରିଛି। ସେ ହେଲେ ଚାନ୍ଦପୁର ଥାନା ଗରଡ଼ାପଲ୍ଲୀ ଗ୍ରାମର ହରଷ ଗୁମାନ ସିଂ । ଯେ, ଗତ ୧ମାସ ତଳେ କୋଟଗଡ଼ ଗ୍ରାମର ଭାସ୍କର ଦୋରାଙ୍କ ଘରୁ ଚୋରି ହୋଇଥିଲା। ଏହି ଘଟଣାକୁ କେନ୍ଦ୍ର କରି ଗତ ୧୦ ତାରିଖରେ କୋଟଗଡ଼ ଗ୍ରାମରେ ଖଟ ବୁଲିଥିଲା। ଖଟଟି ଗୀତାଞ୍ଜଳି ଦୋରାଙ୍କ ଘରେ ଲାଗିଥିଲା। ପରେ ଗ୍ରାମବାସୀ ଓ ଭାସ୍କର ଗୀତାଞ୍ଜଳିଙ୍କୁ ସମସ୍ତ ଚୋରି ଟଙ୍କା ଦେବା ପାଇଁ କହିଥିଲେ। ହେଲେ ସେ ଚୋରି କରି ନ ଥିବା କହିଥିଲେ। ପରେ ଗୀତାଞ୍ଜଳି ଓ ତାଙ୍କ ପରିବାର ସଦସ୍ୟଙ୍କୁ ଭାସ୍କର ଓ ତାଙ୍କ ପରିବାର ଲୋକ ମାରପିଟ କରିବାରୁ ସେମାନେ ପାଲଟା ଆକ୍ରମଣ କରିଥିଲେ। ଫଳରେ ଉଭୟ ପକ୍ଷ ଲୋକେ ଆହତ ହୋଇଥିଲେ। ଏ ନେଇ ଉଭୟ ଗୀତାଞ୍ଜଳି ଓ ଭାସ୍କରଙ୍କ ପକ୍ଷରୁ ରଣପୁର ଥାନାରେ ପୃଥକ ଅଭିଯୋଗ ହୋଇଥିଲା। ପୋଲିସ ଦୁଇଟି ମାମଲା ରୁଜୁୁ କରି ଉଭୟ ପକ୍ଷରୁ ଜଣେ ଲେଖାଏ ବ୍ୟକ୍ତିଙ୍କୁ ଗିରଫ କରିଥିଲା। ହେଲେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଓ ଗୁଣିଆ ଫେରାର୍‌ ଥିଲେ। ବୁଧବାର ରଣପୁର ପୋଲିସ ଗୁଣିଆ ହରଷଙ୍କୁ ତାଙ୍କ ଗ୍ରାମରୁ ଗିରଫ କରି କୋର୍ଟ ଚାଲାଣ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri