କୋଟିଆ ପରେ ରାୟଗଡ଼ା ଉପରେ ଆନ୍ଧ୍ରର ନଜର

ରାୟଗଡ଼ା ଅଫିସ,୧।୨: କୋରାପୁଟ ଜିଲା କୋଟିଆ ପରେ ଏବେ ରାୟଗଡ଼ା ଜିଲାରେ ଜବରଦଖଲ ଉଦ୍ୟମ କରୁଛି ଆନ୍ଧ୍ର ସରକାର। ଆପୋସ ସମାଧାନ ପାଇଁ ଆନ୍ଧ୍ର ପ୍ରଶାସନିକ ଅଧିକାରୀଙ୍କୁ ଡକାଯାଇଥିଲେ ମଧ୍ୟ ସେମାନେ ଆସି ନ ଥିଲେ। ଏହାପରେ ଓଡ଼ିଶା ଅଧିକାରୀମାନେ ଉକ୍ତ ରାସ୍ତା କାମକୁ ବନ୍ଦ କରିଥିଲେ। ରାୟଗଡ଼ା ଜିଲା ସଦର ବ୍ଲକ ଦୁର୍ଗାପାଦୁ ପଞ୍ଚାୟତର ଆନ୍ଧ୍ର ସୀମାନ୍ତ ଗାଁ ପାଲାମ ତୁଳସୀ। ଏହି ଗାଁ ନିକଟ ୫୦୦ ମିଟର ଜମି ଜବରଦଖଲ କରି ଆନ୍ଧ୍ର ସରକାର ରାସ୍ତା ନିର୍ମାଣ କରୁଥିଲେ। ଖବରପାଇ ଓଡ଼ିଶା ସରକାରଙ୍କ ପକ୍ଷରୁ ତହସିଲଦାର ତାପସ ରାଉତ, ବ୍ଲକ ଅଧିକାରୀ ଲକ୍ଷ୍ମୀନାରାୟଣ ସାବତ, ଚାଷୀ ଏକତା ପରିଷଦ ସଦସ୍ୟମାନେ ସେଠାରେ ପହଞ୍ଚତ୍ ରାସ୍ତା କାମ ରୋକିଥିଲେ। ଜାନୁୟାରୀ ୩୧ରେ ସୀମା ଚିହ୍ନଟ କରାଯିବ। ଏଥିପାଇଁ ଉଭୟ ଆନ୍ଧ୍ର ଓ ଓଡ଼ିଶାର ଅଧିକାରୀମାନେ ଉପସ୍ଥିତ ରହିବାକୁ ସ୍ଥିର କରାଯାଇଥିଲା। କିନ୍ତୁ ମଙ୍ଗଳବାର ଆନ୍ଧ୍ର ଅଧିକାରୀମାନେ ଆସି ନ ଥିଲେ। ଓଡ଼ିଶାର ଅଶ୍ୱିନ କୁମାର ପଣ୍ଡା, ପଞ୍ଚାୟତ ଏକ୍‌ଜିକ୍ୟୁଟିଭ ଅଫିସର ବିଜୟ ନାୟକ, ସନ୍ତୋଷ ଦୋରା, ରାଜସ୍ବ ସୁପରଭାଇଜର ପି. ମଲିକାର୍ଜୁନ, ସମ୍ପାଦକ ପ୍ରୀତମ କୁମାର, କୋଟେଶ୍ୱର ଗାଣ୍ଟା ପ୍ରମୁଖ ସେଠାରେ ପହଞ୍ଚତ୍ଥିଲେ। ଅଧିକାରୀମାନେ ଓଡ଼ିଶା ସୀମା ଚିହ୍ନି ସେଠାରେ ଖୁମ୍ବ ପୋତିଛନ୍ତି। ଏନେଇ ବିଡିଓ ଲକ୍ଷ୍ମୀନାରାୟଣ ସାବତଙ୍କୁ ପଚାରିବାରୁ, ୧୦ ଦିନ ପୂର୍ବେ ଆନ୍ଧ୍ର ଅଧିକାରୀମାନେ ରାସ୍ତା ତିଆରି କରୁଥିଲେ। ଆମେ ଖବରପାଇ ସେଠାରେ ପହଞ୍ଚତ୍ଥିଲୁ। ୩୧ରେ ମାପ ପାଇଁ ସ୍ଥିର ହୋଇଥିଲା। କିନ୍ତୁ କେହି ଆସି ନ ଥିଲେ। ତେଣୁ ମ୍ୟାପ୍‌ ଦେଖି ଆମ ଜାଗା ଚିହ୍ନଟକରି ଆସିଲୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri