କୋଟିପତି ପ୍ରଧାନ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା, ସୁନା, ଗାଡ଼ି ଜବତ

ଚଢ଼େଇଧରା,୨।୬(ଡିଏନଏ)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ସାମସୁନ୍ଦରପୁର ୟୁଜିଏମ୍‌ଇ ସ୍କୁଲର ପ୍ରଧାନ ଶିକ୍ଷକ ସତ୍ୟାନନ୍ଦ ମିଶ୍ରଙ୍କ ଘରେ ଶନିବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ କଟକ ଡିଭିଜନ ପକ୍ଷରୁ ମିଶ୍ରଙ୍କ ଯାଜପୁର ଜିଲା ଜେନାପୁର ଥାନା ଅଧୀନ ଭୁବନପୁର ଗ୍ରାମରେ ଥିବା ୨ମହଲା କୋଠା, ବରଦା ଗ୍ରାମରେ ଥିବା ମାର୍କେଟ କମ୍ପ୍ଲେକ୍ସ, ଭୁବନପୁର, ତଳଗଡ଼ ଗ୍ରାମରେ ଥିବା ସମ୍ପର୍କୀୟଙ୍କ ଘର ଓ ସେ ପୂର୍ବରୁ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ କରିଥିବା ଅନ୍ତିଆ ସ୍କୁଲ କାର୍ଯ୍ୟାଳୟକୁ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଯାଞ୍ଚ କରାଯାଇଛି। ଉପରୋକ୍ତ ସ୍ଥାନଗୁଡିକ ଯାଞ୍ଚ କରାଯିବା ପରେ ପ୍ରଧାନଶିକ୍ଷକ ମିଶ୍ରଙ୍କ ୧କୋଟି ୬୮ଲକ୍ଷ ୯୨ହଜାର ୯୪୩ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରାଯାଇଛି। ଠାବ ସମ୍ପତ୍ତିଗୁଡିକ ମଧ୍ୟରେ ଭୁବନପୁର ଗ୍ରାମରେ ଥିବା ଦୁଇମହଲା କୋଠାର ମୂଲ୍ୟ ୪୭ଲକ୍ଷ ୮ହଜାର ୮୫୫ ଟଙ୍କା, ବରଦା ଗ୍ରାମରେ ଥିବା ଦୁଇମହଲା ମାର୍କେଟ କମ୍ପ୍ଲେକ୍ସର ମୂଲ୍ୟ ୫୨ଲକ୍ଷ ୮୪ହଜାର ଟଙ୍କା, ଯାଜପୁରର ବିଭିନ୍ନ ସ୍ଥାନରେ ଥିବା ୧୦ଟି ପ୍ଲଟ୍‌ ସମୂହର ମୂଲ୍ୟ ୧୬ଲକ୍ଷ ୮୭ହଜାର ୨୨୦ ଟଙ୍କା ହେବ ବୋଲି ଭିଜିଲାନ୍ସ ହିସାବ କରିଛି। ବିଭିନ୍ନ ବ୍ୟାଙ୍କ ଓ ବୀମା କମ୍ପାନୀରେ ମିଶ୍ର ୨୬ଲକ୍ଷ ୭୭ ହଜାର ୩୧୮ ଟଙ୍କା ଜମା ରଖିଥିବା ଭିଜିଲାନ୍ସ ଯାଞ୍ଚରୁ ଜଣାପଡିଛି। ମିଶ୍ରଙ୍କର ୭ଲକ୍ଷ ୧୨ହଜାର ୩୨୦ଟଙ୍କା ମୂଲ୍ୟର ଗୋଟିଏ କାର ଥିବା ଭିଜିଲାନ୍ସ ସୂଚନା ଦେଇଛି। ସେହିପରି ତାଙ୍କର ୯୧ହଜାର ୯୭୫ଟଙ୍କା ମୂଲ୍ୟର ଦୁଇଟି ବାଇକ୍‌ ଓ ୧୨ଲକ୍ଷ ୩୩ ହଜାର ମୂଲ୍ୟର ଗହଣା ଭିଜିଲାନ୍ସ ଠାବ କରିଛି। ସେହିପରି ଯାଞ୍ଚ ସମୟରେ ୨ଲକ୍ଷ ୪୮ହଜାର ୨୫୫ ନଗଦ ଟଙ୍କା ଠାବ ହୋଇଥିବାବେଳେ ଘରୁ ଅଢ଼େଇ ଲକ୍ଷ ଟଙ୍କା ମୂଲ୍ୟର ଆସବାବପତ୍ର ଭିଜିଲାନ୍ସ ଠାବ କରିଛି। ଏହି ଚଢ଼ାଉରେ ଯାଜପୁର ଭିଜିଲାନ୍ସ ଡିଏସ୍‌ପି ବନମାଳୀ ଧଳ, ଇନ୍ସପେକ୍ଟର ଅନୁପମା ସାହୁ, ଅନସୂୟା ସେନାପତି ଏବଂ ଅନ୍ୟ କର୍ମଚାରୀ ମଧ୍ୟ ସାମିଲ ଥିଲେ। ସକାଳ ୫ରୁ ରାତି ୮ଟା ପର୍ଯ୍ୟନ୍ତ ଏହି ଚଢ଼ାଉ ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri