ବ୍ରହ୍ମପୁର ଅଫିସ,୩ା୮-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କୁ ଗତ ଜୁଲାଇ ୧୧ ତାରିଖରେ ବ୍ରହ୍ମପୁର ଭିଜିଲାନ୍ସ ଗିରଫ କରି ମାମଲା ନଂ ୧୬/୧୯ରେ କୋର୍ଟଚାଲାଣ କରିଥିଲା। ଶୁକ୍ରବାର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ବିଜୟ କୁମାର ଜେନା ସରପଞ୍ଚ ଉଷାନ୍ତଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । କୋର୍ଟରେ ଭିଜିଲାନ୍ସ ଡିଏସ୍ପି ସୁରେନ୍ଦ୍ର କୁମାର ପାଣିଗ୍ରାହୀ କେଶ ଡ଼ାଏରୀ ଦାଖଲ ପରେ ସରପଞ୍ଚ ଉଷାନ୍ତଙ୍କ ଜାମିନ ଆବେଦନର ଶୁଣାଣି ହୋଇଥିଲା । ଭିଜିଲାନ୍ସ ଜଜ୍ ଜେନା ସରପଞ୍ଚଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ମୁଦାଲାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ କିଶୋର ଚନ୍ଦ୍ର ମିଶ୍ର ଓ ମନୋଜ କୁମାର ପଣ୍ଡା ଏବଂ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ତପନ କୁମାର ଦାଶ ମକଦ୍ଦମା ପରିଚାଳନା କରିଥିଲେ ।
ପ୍ରକାଶ ଯେ, ଅଙ୍କୋରଡ଼ା ସରପଞ୍ଚ ଉଷାନ୍ତଙ୍କ ଆୟ ବର୍ହିଭୁତ ସମ୍ପତ୍ତି ୧ କୋଟି ୫୪ ଲକ୍ଷ ୫୬ ହଜାର ୬୪୩ ଟଙ୍କା ଆକଳନ କରାଯାଇଥିଲା । ଯାହାକି ତାଙ୍କ ଆୟ ତୁଳନାରେ ଶତକଡ଼ା ୩୪୦ ପ୍ରତିଶତ ସମ୍ପତ୍ତି ଠୁଳ ଥିବା ଭିଜିଲାନ୍ସ ବିଭାଗ ତରଫରୁ ଆକଳନ କରାଯାଇଥିଲା । ଗତ ଜୁଲାଇ ୧୦ ତାରିଖରେ ସରପଞ୍ଚଙ୍କ ବାସଭବନରେ ଚଢ଼ାଉ ବେଳେ ତାଙ୍କ ଠାକୁର ଘରୁ ମିଳିଥିବା ଏକ ମାଉଜର ଓ ୬ ରାଉଣ୍ଡ ଗୁଳି ଭିଜିଲାନ୍ସ ଜବତ କରିଥିଲା । ତେବେ ଏହା ସେ ବେଆଇନ ଭାବେ ଘରେ ରଖିଥିବା ଜଣାପଡ଼ିବା ପରେ ଏନେଇ ଦିଗପହଣ୍ଡି ଥାନାଧିକାରୀଙ୍କୁ ଭିଜିଲାନ୍ସ ବିଭାଗ ତରଫରୁ ଅଭିଯୋଗ କରାଯାଇଥିବା ବେଳେ ଦିଗପହଣ୍ଡି ପୋଲିସ ଏନେଇ ଏକ ମାମଲା ରୁଜୁ କରିଥିଲା।
ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…
ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…
ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ
ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…
ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ
ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…
ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….
କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…
ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା
ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…
ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ
ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…
ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ
ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର): ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…
ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ
ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…
Archives

