Posted inଖେଳ

କୋଥାଜିତ୍‌ ଖେଳିଲେ ୨୦୦ତମ ମ୍ୟାଚ୍‌

ନୂଆଦିଲ୍ଲୀ, ୧୯ା୮- ଜାପାନର ଟୋକିଓଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି ଟୁର୍ନାମେଣ୍ଟରେ ରବିବାର କ୍ୟାରିୟରର ୨୦୦ତମ ଅନ୍ତର୍ଜାତୀୟ ମ୍ୟାଚ୍‌ ମାଇଲଖୁଣ୍ଟ ସ୍ପର୍ଶ କରିଛନ୍ତି ଭାରତର କୋଥାଜିତ୍‌ ସିଂ ଖାଡାଙ୍ଗବାମ୍‌। ୨୦୧୨ ମସିହାରୁ ଭାରତୀୟ ସିନିୟର ଦଳରୁ ଖେଳିଆସୁଥିବା ଏହି ମଣିପୁରୀ ଡିଫେଣ୍ଡର ଗତ ଶନିବାର ୨୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୨୦୧୪ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ଏବଂ ୨୦୧୪ ଇଞ୍ଚତ୍ଅନ ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳର ସଦସ୍ୟ ଥିଲେ। କୋଥାଜିତ୍‌ଙ୍କ ଚିତ୍ତାକର୍ଷକ ଗୋଲ ଯୋଗୁ ଫାଇନାଲ ବରାବର ସ୍ଥିତିରେ ଶେଷ ହୋଇଥିଲା ଏବଂ ଫଳାଫଳ ପେନାଲ୍ଟି ଶୁଟ୍‌ଆଉଟରୁ ନିର୍ଣ୍ଣିତ ହୋଇଥିଲା। ଏହା ବ୍ୟତୀତ ସେ ୨୦୧୬ ରିଓ ଅଲିମ୍ପିକ୍ସ, ୨୦୧୮ ହକି ବିଶ୍ୱକପ୍‌ରେ ମଧ୍ୟ ଭାରତୀୟ ଦଳର ସଦସ୍ୟ ଥିଲେ। ”ମୁଁ ଗତ ୭ ବର୍ଷ ଧରି ଜାତୀୟ ଦଳର ସଦସ୍ୟ ରହି ଆସିଥିବାରୁ ଗର୍ବିତ। ଦୀର୍ଘପଥ ଅତିକ୍ରମ କରି ଆସିବା ମଧ୍ୟରେ ମୋର ଅନେକ ସ୍ମରଣୀୟ ଅନୁଭୂତି ମଧ୍ୟ ରହିଛି। ଦେଶ ପାଇଁ ୨୦୦ତମ ମ୍ୟାଚ୍‌ ଖେଳିବା ଅବସରରେ ପିନ୍ଧିଥିବା ଜର୍ସିର ଅନେକ ମହତ୍ତ୍ୱ ରହିଛି। ଦୀର୍ଘପଥ ଯାତ୍ରା ମଧ୍ୟରେ ଡ୍ରେସିଂ ରୁମ୍‌ରେ ଅନେକ ନୂଆ ସାଥୀଙ୍କୁ ପାଇଛି। ମୋତେ ସମର୍ଥନ କରିଆସିଥିବାରୁ ମୋର ଦଳୀୟ ସାଥୀ ଏବଂ ସପୋର୍ଟ ଷ୍ଟାଫ୍‌ଙ୍କୁ ମୁଁ ଧନ୍ୟବାଦ ଜଣାଉଛି। ୨୦୨୦ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ପର୍ଯ୍ୟାୟ ଟୁର୍ନାମେଣ୍ଟ ଆସୁଥିବାରୁ ଭାରତୀୟ ଦଳ ପାଇଁ ଏହା ଏକ କଠିନ ସମୟ“ ବୋଲି କୋଥାଜିତ୍‌ ପ୍ରକାଶ କରିଛନ୍ତି। ମ୍ୟାଚ୍‌ ପୂର୍ବରୁ କୋଚ୍‌ ଗ୍ରାହାମ ରିଡ୍‌ କୋଥାଜିତ୍‌ଙ୍କୁ ୨୦୦ ନମ୍ବର ଲେଖାଥିବା ଜର୍ସି ପ୍ରଦାନ କରିଥିଲେ। ହକି ଇଣ୍ଡିଆ ପକ୍ଷରୁ ସଭାପତି ମହମ୍ମଦ ମୁସ୍ତାକ ଅହମ୍ମଦ କୋଥାଜିତ୍‌ଙ୍କୁ ଅଭିନନ୍ଦନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri