Posted inଜାତୀୟ

କୋଭିଡ ଜାତୀୟ ମାର୍ଗଦର୍ଶିକା: ବିବାହ ଉତ୍ସବରେ ୫୦ରୁ ଅଧିକ ଲୋକଙ୍କୁ ବାରଣ, ସର୍ବସାଧାରଣ ସ୍ଥାନରେ ମଦ-ପାନ-ଗୁଟଖା ସେବନ ମନା

ନୂଆଦିଲ୍ଲୀ,୩୦।୫: ଲକ୍‌ଡାଉନ୍‌ କୋହଳ ସହ କରୋନା ମାର୍ଗଦର୍ଶିକା ଜାରି କରିଛନ୍ତି କେନ୍ଦ୍ର ସରକାର। ତଦନୁଯାୟୀ, ସର୍ବସାଧାରଣ ସ୍ଥାନ, କାର୍ଯ୍ୟସ୍ଥଳରେ ମାସ୍କ ପିନ୍ଧିବା ଜରୁରୀ ବୋଲି କୁହାଯାଇଛି। ସେହିଭଳି ଗାଡ଼ିରେ ଯିବା ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ସର୍ବସାଧାରଣସ୍ଥାନରେ ସର୍ବନିମ୍ନ ୬ ଫୁଟ ସାମାଜିକ ଦୂରତ୍ୱ ଜରୁରୀ। ଦୋକାନରେ ସାମାଜିକ ଦୂରତ୍ୱ ପାଇଁ ଦୋକାନୀମାନେ ବ୍ୟବସ୍ଥା କରିବେ। ଏକ ସମୟରେ ୫ରୁ ଅଧିକ ଲୋକ ଦୋକାନକୁ ଯାଇପାରିବେ ନାହିଁ। ଏକାଠି ଅଧିକ ଲୋକ ସମବେତ ହେବାକୁ କଡ଼ା ବାରଣ କରାଯାଇଛି। ବିବାହ ଉତ୍ସବରେ ୫୦ରୁ ଅଧିକ ଲୋକ ଏକାଠି ହେବା ମନା। ସେହିଭଳି ଦାହ ସଂସ୍କାର କାର୍ଯ୍ୟରେ ୨୦ରୁ ଅଧିକ ଲୋକ ଏକାଠି ହେବେନାହିଁ। ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଜରିମାନା ଦେବାକୁ ପଡ଼ିବ। ଏପରିକି ସର୍ବସାଧାରଣ ସ୍ଥାନରେ ମଦ, ପାନ,ଗୁଟଖା ସେବନକୁ ବାରଣ ମଧ୍ୟ କରାଯାଇଛି। ଯେତେଦୂର ସମ୍ଭବ ଘରେ ରହି କାମ କରିବାକୁ ଚେଷ୍ଟା କରାଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri