କୋଭିଡ ଯୋଦ୍ଧାଙ୍କୁ ଅସମ୍ମାନ: ଆନନ୍ଦପୁରରେ ସଚେତନତା କାର୍ଯ୍ୟ ସାରି ଫେରୁଥିବା ଆଶା ଦିଦିଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ଆନନ୍ଦପୁର, ୨୧। ୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ଶାଳବଣି ପଞ୍ଚାୟତ ବଳଦୁଆଁ ଗ୍ରାମର ଆଶା ଦିଦି ଅଖଜି ଖଣ୍ଡାଙ୍କୁ ଆକ୍ରମଣ ଘଟଣାରେ ପୋଲିସ ସେହି ଗ୍ରାମର ଚନ୍ଦନ ମଣ୍ଡଳଙ୍କୁ ଗିରଫ କରିଛି। ଏନେଇ ଆନନ୍ଦପୁର ଥାନାରେ ମାମଲା(ନଂ. ୬୨/୨୦) ରୁଜୁ କରାଯାଇଛି। ମଙ୍ଗଳବାର ଚନ୍ଦନଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ଆଶା ଦିଦି ଅଖଜି କୋଭିଡ-୧୯ ପାଇଁ ଗ୍ରାମରେ ସଚେତନତା କାର୍ଯ୍ୟ ସାରି ନିଜ ଘର ଟିକର ସାହିକୁ ଫେରିବା ବେଳେ ପୋଲିସ ଇନଫର୍ମର ବୋଲି ଭାବି ଚନ୍ଦନ ତାଙ୍କୁ ଆକ୍ରମଣ କରିଥିଲେ।

ଉଲ୍ଲେଖଯୋଗ୍ୟ, ବଳଦୁଆଁ ଗ୍ରାମ ନିକଟ ଦେଇ ଯାଇଥିବା ଏକ କେନାଲରେ ଅନେକ ସମୟରେ ସଂଘବଦ୍ଧ ଭାବେ କେତେକ ଲୋକ ମାଛ ଧରୁଥିବା ଘଟଣାକୁ ଆଶା ଦିଦି ବିରୋଧ କରିଆସୁଥିଲେ। ଶନିବାର ଲୋକମାନେ ମାଛ ଧରିବା ସମୟରେ ପୋଲିସ ପାଟ୍ରୋଲିଂ ଗାଡି ଯିବାରୁ ସେମାନେ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଥିଲେ। ଏହି ମାଛ ଧରିବା ଘଟଣାକୁ ନେଇ ଆଶା ଦିଦି ପୋଲିସକୁ ସୂଚନା ଦେଇଥିବା ଅନୁମାନ କରି ତାଙ୍କ ଉପରେ ଆକ୍ରମଣ ହୋଇଥିବା ଜଣାପଡିଛି। ତେବେ ସଚେତନତା କାର୍ଯ୍ୟରେ ନିୟୋଜିତ ଥିବା ଆଶା ଦିଦିଙ୍କୁ ଆକ୍ରମଣ ଘଟଣାକୁ ଗୁରୁତର ଭାବେ ଗ୍ରହଣ କରି ଜିଲା ଏସ୍‌ପି ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ପାଇଁ ଆନନ୍ଦପୁର ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆନନ୍ଦପୁର ଥାନା ଅଧିକାରୀ ଗଗନ ବିଶ୍ୱାଳଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଚଢାଉ କରି ବଳଦୁଆଁ ଗ୍ରାମ ନିକଟରୁ ଅଭିଯୁକ୍ତ ଚନ୍ଦନଙ୍କୁ ଗିରଫ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri