କୋଭିଡ ସଂଗ୍ରାମରେ ପ୍ରତିଟି ଜୀବନର ସୁରକ୍ଷା ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟବାସୀଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦୁଇ ମାସ ଧରି ସାରା ଦୁନିଆ ଏକ କଠିନ ପରିସ୍ଥିତିର ସାମ୍ନା କରୁଛି। ବଡ଼ ବଡ଼ ଧନୀ ଦେଶ, ଶକ୍ତିଶାଳୀ ଦେଶରେ ବି କୋଭିଡ-୧୯ ଆତଙ୍କ ସୃଷ୍ଟି କରିଥିଲା। ସେହି ଏକା ସମୟରେ ଓଡ଼ିଶା କରୋନା ବିରୋଧରେ ସଂଗ୍ରାମ ଆରମ୍ଭ କରିଥିଲା। କୋଭିଡ ସଂକ୍ରମଣରୁ ଲୋକଙ୍କୁ ରକ୍ଷା କରିବା ଏବଂ ଲୋକଙ୍କ ଜୀବନ ବଞ୍ଚାଇବା ସେତେବେଳେ ସରକାରଙ୍କ ପ୍ରାଥମିକତା ଥିଲା। ପ୍ରତିଟି ଜୀବନର ସୁରକ୍ଷା ହେଉଛି ମୋ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ସେତେବେଳେ ଆମେ ଯାହାବି କିଛି ପଦକ୍ଷେପ ଗ୍ରହଣ କରିଥିଲୁ ତାହାର ଏକମାତ୍ର ଲକ୍ଷ୍ୟ ଥିଲା ସାଢ଼େ ୪ କୋଟି ଓଡ଼ିଆଙ୍କ ଜୀବନ ରକ୍ଷା। ଏବେ ଏହାକୁ ଦୁଇମାସରୁ ଅଧିକ ସମୟ ବିତିଲାଣି। କୋଭିଡ ଯୁଦ୍ଧରେ ଲୋକଙ୍କ ଜୀବନ ବଞ୍ଚାଇବାରେ ଓଡ଼ିଶା ଆଜିକା ଦିନରେ କେବଳ ଭାରତ ବର୍ଷରେ ନୁହେଁ ସାରା ବିଶ୍ୱରେ ଏକ ଉଦାହରଣ ସୃଷ୍ଟି କରିଛି। କୋଭିଡରେ ରାଜ୍ୟରେ ମୃତ୍ୟୁହାର ସବୁଠାରୁ କମ୍‌। କରୋନାରେ ପୀଡ଼ିତ ଅଧାରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଓଡିଶା ପରି ଗୋଟିଏ ରାଜ୍ୟ ତଥା ଆମ ଓଡିଶାବାସୀଙ୍କ ପାଇଁ ଏହା ଏକ ବଡ ସଫଳତା । ଦୁନିଆର ଶକ୍ତିଶାଳୀ ଦେଶ ତଥା ଭାରତର ବଡ ବଡ ରାଜ୍ୟ, ଧନୀ ରାଜ୍ୟମାନେ ମଧ୍ୟ କରୋନା ଯୁଦ୍ଧରେ ଏତେ ସଫଳତା ପାଇପାରି ନାହାନ୍ତି । ଆଜିକା ଦିନରେ ଓଡିଆ ଜାତି ପାଇଁ ଏହା ଏକ ଅଭୂତପୂର୍ବ ସଫଳତା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri